କାନ୍ଥ ଖୋଳି ମୋବାଇଲ ଫୋନ ଲୁଟିନେଲେ

ଭଞ୍ଜନଗର,୨୫।୫(ଡି.ଏନ.ଏ.)- ତାରସିଂ ଥାନା ଗାଲେରୀ ମୁଖ୍ୟ ସଡକରେ ଥିବା ଏକ ମୋବାଇଲ ଦୋକାନରୁ ଶୁକ୍ରବାର ରାତିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ପଛପଟ କାନ୍ଥ ଖୋଳି ପ୍ରାୟ ୪୦ ମୋବାଇଲ ଫୋନ ଓ ନଗଦ ପ୍ରାୟ ୨୫ ହଜାର ଟଙ୍କା ଲୁଟି ନେଇଛନ୍ତି। ଏଥିସହ ସିମ୍‌କାର୍ଡ, ଚାର୍ଜର ଅନ୍ୟାନ୍ୟ ଜିନିଷ ଚୋରି ହୋଇଯାଇଛି। ଦୋକାନ ମାଲିକ ସୀମାଞ୍ଚଳ ମିଶ୍ର ଶନିବାର ଗାଲେରୀ ଫାଣ୍ଡିରେ ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ଅପରାହ୍ନରେ ଛତ୍ରପୁରରୁ ଆସିଥିବା ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାର ତଦନ୍ତ କରି ଫେରିଯାଇଛି। ଦୁର୍ବୃତ୍ତମାନଙ୍କ ସମ୍ପର୍କରେ ସାଇଣ୍ଟିଫିକ୍‌ ଟିମ୍‌ ସୁରାକ ପାଇଥିବା କୁହାଯାଉଛି। ପୋଲିସ ଏନେଇ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି। ପ୍ରକାଶ ଯେ, ସୀମାଞ୍ଚଳ ଶୁକ୍ରବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ସକାଳୁ ଫେରି ଦେଖିବାବେଳକୁ ଦୋକାନ ପଛପଟୁ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ପ୍ରଥମେ ଦେଲେ ଆଦେଶ, ଏବେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ ବିଜୟ: ଛାତ୍ରଙ୍କୁ ନେଇ…

ଚେନ୍ନାଇ, ୧୯।୮: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ୱାଧୀନ ସରକାର ଛାତ୍ରୀଛାତ୍ର ଓ ଯୁବପିଢ଼ିଙ୍କୁ ରାଜନୈତିକ ପ୍ରଦର୍ଶନରୁ ଦୂରେଇ ରଖିବା ନେଇ ଜାରି କରିଥିବା ବିବାଦୀୟ ନିର୍ଦ୍ଦେଶକୁ ପ୍ରତ୍ୟାହାର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri