କାନ୍ସ ରେଡ୍‌ କାର୍ପେଟରେ ସମ୍ବଲପୁରୀ ପୋଷାକ‘ଦି ଲାଷ୍ଟ୍‌ କଲର୍‌’ର ପ୍ରମୋଶନ କଲେ ଜିତେନ୍ଦ୍ର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ କାନ୍ସ ଫିଲ୍ମ ଫେଷ୍ଟିଭାଲର ରେଡ୍‌ କାର୍ପେଟ୍‌ରେ ଚାଲିବାର ସୌଭାଗ୍ୟ ଅର୍ଜନ କରିଛନ୍ତି। କାନ୍ସରେ ସ୍ମାଇଲ୍‌ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଫର୍‌ ଚିଲ୍‌ଡ୍ରେନ୍‌ ଆଣ୍ଡ ୟୁଥ୍‌କୁ ପ୍ରତିନିଧିତ୍ୱ କରି ଜିତେନ୍ଦ୍ର ଫ୍ରାନ୍ସରେ ଅନୁଷ୍ଠିତ ୭୨ତମ କାନ୍ସରେ ଏଥର ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସେ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତ ସମ୍ବଲପୁରୀ ପୋଷାକ ପିନ୍ଧି ରେଡ୍‌ କାର୍ପେଟ୍‌ରେ ଚାଲିଥିବା ଦେଖିବାକୁ ମିଳିଥିଲା। କାନ୍ସରେ ଭାଗନେଇଥିବା ପ୍ରତ୍ୟେକ ସେଲିବ୍ରିଟି ପାଶ୍ଚାତ୍ୟ ଚାକଚକ୍ୟ ପୋଷାକ ପିନ୍ଧି ରେଡ୍‌ କାର୍ପେଟ୍‌ରେ ଯାଉଥିବା ବେଳେ ଏକ ସବୁଜ ରଙ୍ଗର ଆକର୍ଷଣୀୟ ସମ୍ବଲପୁରୀ ଜ୍ୟାକେଟ୍‌ରେ ଜିତେନ୍ଦ୍ର ବାରି ହୋଇପଡ଼ିଥିଲେ। ଚଳିତବର୍ଷ କାନ୍ସରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ୟାନେଲ୍‌ ଏବଂ ଫୋରମ୍‌ର ସଦସ୍ୟ ଥିବା ଏହି ଯୁବ ପ୍ରଯୋଜକ ଓ ପ୍ରମୋଟର ସବୁଠାରେ ସମ୍ବଲପୁରୀ ତଥା ଓଡ଼ିଶା ହସ୍ତତନ୍ତର ପ୍ରଚାର ପ୍ରସାର କରିଥିଲେ। ଏହି ଅବସରରେ ସେ କହିଛନ୍ତି, ମୋ ଜୀବନର ପ୍ରତ୍ୟେକ ସ୍ମରଣୀୟ ଇଭେଣ୍ଟ ଓ କାର୍ଯ୍ୟକ୍ରମରେ ମୁଁ ସମ୍ବଲପୁରୀ ପୋଷାକ ପିନ୍ଧିବାକୁ ପସନ୍ଦ କରେ। ଏହି ହାତ ତିଆରି ପୋଷାକରେ ଏକ ଦିବ୍ୟ ଶକ୍ତି ରହିଥାଏ, ଯାହାକି ମୋତେ ଦୃଢ଼ ମନୋବଳ ସହ ଆଗକୁ ବଢ଼ିବାକୁ ଶକ୍ତି ଯୋଗାଏ।
ସେଲିବ୍ରିଟି ସେଫ୍‌ ବିକାଶ ଖାନ୍ନାଙ୍କ ନିର୍ଦ୍ଦେଶିତ ଏବଂ ଜିତେନ୍ଦ୍ର ମିଶ୍ରଙ୍କ ପ୍ରଯୋଜିତ ଫିଲ୍ମ ‘ଦି ଲାଷ୍ଟ୍‌ କଲର୍‌’ ଗତ ୧୫ତାରିଖରେ କାନ୍ସରେ ସ୍ବତନ୍ତ୍ର ବିଭାଗରେ ସ୍କ୍ରିନିଂ ହୋଇଥିଲା। କାନ୍ସ ପ୍ରଡ୍ୟୁସର ନେଟ୍‌ଓ୍ବାର୍କର ସଦସ୍ୟ ଥିବା ଜିତେନ୍ଦ୍ର କାନ୍‌ସର ଇଣ୍ଡିଆ ପ୍ୟାଭିଲିୟନରେ ଅନୁଷ୍ଠିତ ଏକ ଆଲୋଚନାଚକ୍ରରେ ବିକାଶ ଖାନ୍ନାଙ୍କ ସହ ଅଂଶଗ୍ରହଣ କରିଥିଲେ। ଟିଟିଲାଗଡ଼ରେ ଜନ୍ମିତ ଜିତେନ୍ଦ୍ର ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ପୁରସ୍କୃତ ଏକାଧିକ ଫିଲ୍ମର ପ୍ରଡ୍ୟୁସର୍‌ ଓ ପ୍ରମୋଟର। ବିଭିନ୍ନ ବର୍ଗର ତଥା ଭିନ୍ନସ୍ବାଦର ୧୧୦ରୁ ଊର୍ଦ୍ଧ୍ୱ ଫିଲ୍ମରେ ସେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ। ଏହାସହ ଏକାଧିକ ଅନ୍ତର୍ଜାତୀୟସ୍ତରର ଫିଲ୍ମ ଫେଷ୍ଟିଭାଲର ସେ ଜୁରି ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri