କାମ ଦେବା ନାଁରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଗଞ୍ଜାମ,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ଗଞ୍ଜାମ ପୋଲିସ ନଂ. ୪୨/୧୯ରେ ମାମଲା ରୁଜୁ କରିଛି। ମହିଳାଙ୍କ ବୟାନ ରେକର୍ଡ କରିବା ସହ ତଦନ୍ତ ଚାଲିଥିବା ପୋଲିସ ପକ୍ଷରୁ କୁହାଯାଇଛିି।
ଏତଲା ପ୍ରକାରେ, ଉକ୍ତ ଥାନା ଅଞ୍ଚଳର ମହିଳା ଜଣକ ସ୍ଥାନୀୟ ଏକ କମ୍ପାନୀରେ ଦିନ ମଜୁରିଆ ଭାବେ ବ୍ରହ୍ମପୁରର ଜଣେ ଠିକାଦାରଙ୍କ ଅଧୀନରେ କାମ କରୁଥିଲେ। କାମ ସରିଯିବା ପରେ ମହିଳା ଜଣକ ୨ ଦିନହେଲା ଘରେ ବସିଥିଲେ। ଗତ ବୁଧବାର ଠିକାଦାର କମ୍ପାନୀରେ କାମ କରୁଥିବା ଅନ୍ୟଜଣେ ମହିଳାଙ୍କ ଦ୍ୱାରା ଜଣେ ଉଚ୍ଚପଦସ୍ଥ ଅଧିକାରୀ ସମ୍ପୃକ୍ତା ମହିଳାଙ୍କୁ କାମ ଦେବେ ବୋଲି ଡାକିଥିଲେ। ପରେ ୨ଜଣ ମହିଳା ମିଶି ଅଧିକାରୀ ରହୁଥିବା କମ୍ପାନୀ କ୍ବାର୍ଟର୍ସକୁ ଯାଇଥିଲେ। ସେଠାରେ ଡାକି ନେଇଥିବା ମହିଳା ଉକ୍ତ ମହିଳାଙ୍କୁ ଛାଡ଼ି ଚାଲିଯାଇଥିଲେ। କମ୍ପାନୀ କର୍ମଚାରୀ ଜଣକ ସମ୍ପୃକ୍ତା ମହିଳାଙ୍କୁ ଘରକୁ ଆସ କିଛି ଅସୁବିଧା ନାହିଁ ବୋଲି କହିବାରୁ ମହିଳା ତାଙ୍କ କ୍ବାର୍ଟର୍ସକୁ ଯାଇଥିଲେ। କ୍ୱାର୍ଟର୍ସରେ କର୍ମଚାରୀ ମହିଳାଙ୍କୁ ପ୍ରଥମେ ପ୍ରେମ ନିବେଦନ କରିଥିଲେ। ସେ ନ ଶୁଣିବାରୁ ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଏଥିସହ ଏହି ଘଟଣା ବାହାରେ ପ୍ରଘଟ ନ କରିବା ପାଇଁ ଧମକ ଦେଇଥିଲେ। ପରେ ସମ୍ପୃକ୍ତ ମହିଳା ଜଣକ ଘରକୁ ଯାଇ ସ୍ବାମୀ ଏବଂ ଗ୍ରାମରେ ସବୁ କଥା କହିଥିଲେ। ଶନିବାର ମହିଳାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଏ ନେଇ ଛତ୍ରପୁର ଏସ୍‌ଡିପିଓ ଉତ୍କଳ କେଶରୀ ଦାସଙ୍କୁ ପଚାରିବାରୁ ଦୁଇଦିନ ପରେ ଏତଲା ଦିଆଯାଇଥିବାରୁ ଘଟଣାର ସତ୍ୟତା ନେଇ ତଦନ୍ତ ଚାଲିଛି ବୋଲି ସେ କହିଛନ୍ତି। ଅନ୍ୟପଟେ ଅଭିଯୋଗ ସମ୍ପର୍କରେ କମ୍ପାନୀ କର୍ମଚାରୀ ଜଣଙ୍କୁ ପଚାରିବାରୁ ସେ ଏହାକୁ ଖଣ୍ଡନ କରିବା ସହ ମୋ ବିରୋଧରେ ଷଡ଼ଯନ୍ତ୍ର କରାଯାଉଛି ବୋଲି କହିଛନ୍ତି। ରାତି ପ୍ରାୟ ୯ଟାରେ ସ୍ଥାନୀୟ ଲୋକେ ସମ୍ପୃକ୍ତ କର୍ମଚାରୀଙ୍କୁ ଗିରଫ ଦାବିରେ କମ୍ପାନୀ ସମ୍ମୁଖରେ ହୋହଲ୍ଲା କରିଥିଲେ। ପୋଲିସ ପହଞ୍ଚତ୍ ବୁଝାସୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?