କାମ ନ କରି ଆସିଛି ଟଙ୍କା, ବିଡିଓଙ୍କୁ ଅଭିଯୋଗ

କନିଷି,୫ା୨(ଡି.ଏନ.ଏ.) -ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କୋଳଥିଗାଁ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମାଧ୍ୟମରେ ଅର୍ଥ ହରିଲୁଟ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଜଣେ ଜବ୍‌କାର୍ଡଧାରୀ ବିଡିଓଙ୍କୁ ଅଭିଯୋଗ କରିଛନ୍ତି।
ଯେ, କୋଳଥିଗାଁର ସୁଦାମ ପରିଡ଼ା ଜଣେ ଜବ୍‌କାର୍ଡ ହିତାଧିକାରୀ। ତାଙ୍କ ଜବକାର୍ଡ ନଂ. ୧୭୭୦୫ ଜରିଆରେ କାମ ଯୋଗାଇ ଦିଆ ନ ଯାଇ ଜବକାର୍ଡ ଓ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଆସିଥିଲା। ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଜୋରଜବରଦସ୍ତ ଉକ୍ତ ଟଙ୍କା ଉଠାଇ ନେଇଗଲେ। ମଜୁରୀ ବାବଦକୁ ଗତ ୭ ସେପ୍ଟେମ୍ବର ୨୦୧୯ରୁ ୫ ଅକ୍ଟୋବର ୨୦୧୯ ମଧ୍ୟରେ ୪ଟି କିସ୍ତିରେ ମୋଟ ୫ ହଜାର ୨୬୪ ଟଙ୍କା ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପାଣ୍ଠିରୁ ମୋର ଜମା ଖାତାକୁ ଛଡ଼ାଯାଇ ମୋ ଠାରୁ ଜୋରଜବରଦସ୍ତ ଆଦାୟ କରାଯାଇଛି ବୋଲି ସେ ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ବିଡିଓ କୁମାର ନାଗଭୂଷଣଙ୍କ ସହ ଯୋଗାଯୋଗ କରିବାରୁ ସେ କହିଥିଲେ, କୋଳଥିଗାଁର ସୁଦାମଙ୍କ ନାମରେ ଡ଼ିମାଣ୍ଡ ହୋଇଥିଲା। ତାଙ୍କର ଖାତାକୁ ଟଙ୍କା ଯାଇଛି। ସେ ନିଜେ କହୁଛନ୍ତି ଯେ ମୁଁ କାମ କରିନାହିଁ, ମୋର ଖାତାକୁ କେମିତି ଟଙ୍କା ଆସିଛି। ତୁରନ୍ତ ତଦନ୍ତ କରାଯିବ ବୋଲି ବିଡିଓ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri