କାମ ନ କରି ଟଙ୍କା ଉଠାଇବା ମହଙ୍ଗା ପଡ଼ିଲା: ବିଦା ହେଲେ ଜେଇ, ଏସ୍‌ଡିିଓ ନିଲମ୍ବିତ

ବରଗଡ଼ ଅଫିସ୍‌,୯।୬- ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ(ଆରଡି) ବିଭାଗ ଅଧୀନରେ ରହିଥିବା ଭେଡ଼େନ ବ୍ଲକ ଅନ୍ତର୍ଗତ ଦବକା ଏବଂ ବଇପୁର ଛକରୁ ଆଖିଫୁଟା ରାସ୍ତା ପାଇଁ ମଞ୍ଜୁର ଟଙ୍କାକୁ ବିନା କାମରେ ଉଠାଣ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ଘଟଣାରେ ସ୍ଥାନୀୟ କନିଷ୍ଠ ଯନ୍ତ୍ରୀ (ଜେଇ)ତପନ ଦାଶଙ୍କୁ କାର୍ଯ୍ୟରୁ ବହିଷ୍କୃତ ହୋଇଥିବାବେଳେ ଏସଡ଼ିଓ ଗଗନ ବିହାରୀ ମିଶ୍ରଙ୍କୁ ନିଲମ୍ବିତ କରାଯାଇଛି। ସୂଚନା ଅନୁଯାୟୀ, ଦବକା ଏବଂ ବଇପୁର ଛକରୁ ଆଖିଫୁଟା ୨ଟି ରାସ୍ତା ମରାମତି ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨ଲକ୍ଷ ୬୧ହଜାର ଟଙ୍କା ଲେଖାଏ ମଞ୍ଜୁର ହୋଇଥିଲା। ଉକ୍ତ ରାସ୍ତାର ଉଭୟପାର୍ଶ୍ୱରୁ ଘାସଲଟା ସଫା କରିବା ସହିତ ମୋରମ୍‌ ବିଛାଇବା କାମ ରହିଥିଲା। ତେବେ ଏହି ଦୁଇଟି ରାସ୍ତାରେ କିଛି କାମ ହୋଇ ନଥିଲେ ସୁଦ୍ଧା ବିଭାଗୀୟ ଯନ୍ତ୍ରୀ ଓ ସମ୍ପୃକ୍ତ ଠିକାଦାର ସଲାସୁତୁରା କରି ସମୁଦାୟ ମଞ୍ଜୁର ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ବିଭାଗୀୟ ତଦନ୍ତ ହୋଇଥିଲା ଏବଂ ତଦନ୍ତରୁ ସେହି ଅନିୟମିତତା ପଦାକୁ ଆସିଥିଲା। ତେବେ ଏହି ଅନିୟମିତତା ଘଟଣାକୁ ନେଇ ଏ ପର୍ଯ୍ୟନ୍ତ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କୌଣସି କାର୍ଯ୍ୟନୁଷ୍ଠନ ହୋଇ ନଥିବା ଏଠାରେ ଚର୍ଚ୍ଚାରେ ବିଷୟ ହୋଇଛି। ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ମିଶ୍ରଙ୍କୁ ପଚାରିବାରୁ କନିଷ୍ଠ ଯନ୍ତ୍ରୀ ବହିଷ୍କୃତ ଏବଂ ଏସଡ଼ିଓ ନିଲମ୍ବିତ ହୋଇଛନ୍ତି। ସମ୍ପୃକ୍ତ ଠିକାଦାରଙ୍କ ଉପରେ ସରକାର ଯାହା କିଛି ନିଷ୍ପତ୍ତି ନେବେ ବୋଲି ସେ ପ୍ରକାଶ କରିଥିଲେ। ଏହି ଘଟଣାରେ ଜଣେ ବିଭାଗୀୟ ଡ୍ରାଇଭରଙ୍କ ସମ୍ପୃକ୍ତି ଥିବା ଆଲୋଚନା ହେବା ପରେ ତାଙ୍କୁ ପୂର୍ବରୁ ଅନ୍ୟତ୍ର ବଦଳି ହୋଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri