କାମ ବନ୍ଦ କଲେ ଗ୍ରାମବାସୀ

ଡୁବୁରୀ,୩୧-୧(ଡିଏନଏ):ସୁକିନ୍ଦା ବ୍ଲକ ଗୋବରଘାଟି ପଞ୍ଚାୟତ ବେଲହୁଡ଼ିଠାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଉଛି। ସରକାରଙ୍କ ସମସ୍ତ ନୀତିନିୟମକୁ ଖୋଲା ଉଲ୍ଲଂଘନ କରି ବିନା ସୂଚନା ଫଳକରେ ଏହି ରାସ୍ତା କାର୍ଯ୍ୟ କରାଯାଉଥିବାରୁ ଗ୍ରାମବାସୀ ଏହାକୁ ତୀବ୍ର ବିରୋଧ କରିଛନ୍ତି। ଏନେଇ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଫଳ ସ୍ବରୂପ ସରପଞ୍ଚଙ୍କ ନେତୃତ୍ୱରେ ଗଁା ଲୋକେ ନିର୍ମାଣ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ମାଧ୍ୟମରେ ଡୁବୁରୀ-ଚଣ୍ଡିଖୋଲ ଜାତୀୟ ରାଜପଥରୁ ବେଲହୁଡ଼ି ଗଁାକୁ ଏକ ପକ୍କା ସଡ଼କ ନିର୍ମାଣ ଓ ତାହାର ରକ୍ଷଣାବେକ୍ଷଣ ପାଇଁ ୨୦୧୭-୧୮ରେ ୬୫ଲକ୍ଷ ଟଙ୍କାର ଆର୍ଥତ୍କ ସହାୟତା ଯୋଗାଇ ଦିଆଯାଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାଜୀବ ଲୋଚନ ସାହୁଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା। ହେଲେ ସମ୍ପୃକ୍ତ ଠିକାଦାର ଅବଧି ଭିତରେ କାମ ସାରିବା ତ ଦୂରର କଥା, କାମ ଆରମ୍ଭ ମଧ୍ୟ କରିପାରି ନ ଥିଲେ। ପରବର୍ତ୍ତୀ ସମୟରେ ଅବଧିକୁ ବୃଦ୍ଧି କରି ୨୦୧୯-୨୦ରେ କାମ କରିବାକୁ ଚୁକ୍ତି କରି ଗତ ସପ୍ତାହରେ କାମ ଆରମ୍ଭ କରିଛନ୍ତି। ହେଲେ ଦାୟିତ୍ୱରେ ଥିବା ଠିକାଦାର ଏଠାରେ ସମସ୍ତ ନୀତିନିୟମକୁ ଜଳାଞ୍ଜଳି ଦେଇ ବିନା ସୂଚନା ଫଳକରେ କାମ କରୁଛନ୍ତି। ଏହାଛଡ଼ା ଚୁକ୍ତି ଅନୁଯାୟୀ ଥିବା ବାଲି ସିମେଣ୍ଟ, କଂକ୍ରିଟ ଭାଗ ମାପରେ ନ କରି ଯେନତେନ ପ୍ରକାରେ କାମ ସାରିଦେବାକୁ ଚେଷ୍ଟା କରୁଥିବା ଗୋବରଘାଟି ସରପଞ୍ଚ ସ୍ବର୍ଣ୍ଣଲତା ବାନରା ଓ ଗ୍ରାମବାସୀ ଅଭିଯୋଗ କରି ବିରୋଧ କରୁଛନ୍ତି। ବିନା ସୂଚନା ଫଳକରେ କୌଣସି କାମ ହୋଇପାରିବ ନାହଁି ବୋଲି ସରକାରୀ ନିୟମ ଥିଲେ ମଧ୍ୟ ୭ଦିନ ହେଲା ସେ କିପରି କାମ କଲେ, ଏଥିପାଇଁ ତାଙ୍କୁ କିଏ ଅନୁମତି ଦେଲା ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ତା’ଛଡା ପୁରୁଣା କଂକ୍ରିଟ ଉପରେ ରାସ୍ତା ନିର୍ମାଣ ପାଇଁ ଅତିକମ୍‌ରେ ୪ଇଞ୍ଚ ଢଲେଇ ଥିବାବେଳେ ଠିକାଦାର ଯଥେଷ୍ଟ କମ୍‌ରେ ଏହି କାମ କରୁଥିବା ଗଁା ଲୋକେ ଅଭିଯୋଗ କରି ଗୁରୁବାର କାମ ବନ୍ଦ କରିଦେବା ସହ ଦାୟିତ୍ୱରେ ଥିବା ଡୁବୁରୀ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ଡକାଇ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି। ଏ ସମ୍ପର୍କରେ ସମ୍ପୃକ୍ତ କନିଷ୍ଠ ଯନ୍ତ୍ରୀ ତୁରନ୍ତ ସୂଚନା ଫଳକ ମାରିବା ସହ ଠିକ ଢଙ୍ଗରେ କାର୍ଯ୍ୟ କରିବାକୁ ତାଗିଦ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri