କାମରେ ଲାଗୁନି ଚେକ୍‌ଡ୍ୟାମ୍‌ : ଲୋକଙ୍କ ଅଭିଯୋଗ ଶୁଣୁନି ବିଭାଗ

କପ୍ତିପଦା,୨୮ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଜେ.ଏସ୍‌. ଜାମୁଡିହା ପଞ୍ଚାୟତର କେତେକ ଗ୍ରାମ ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ। ଏଠାରେ ବସବାସ କରୁଥିବା ଆଦିବାସୀଙ୍କର ଶହ ଶହ ଏକର ପାହାଡ଼ିଆ ଉଚ୍ଚ ଜମି ରହିଛି । ଏହି ଅଞ୍ଚଳରେ ବର୍ଷାଜଳକୁ ଧରି ରଖି ଚାଷକାର୍ଯ୍ୟରେ ବିନିଯୋଗ କରିବା ଲାଗି ୨୦୧୫-୧୬ ଆର୍ଥିକବର୍ଷରେ ଜାମୁଡିହା ପଞ୍ଚାୟତର କଣ୍ଟିିଆଳି ଗ୍ରାମରେ କ୍ଷୁଦ୍ର ଜଳସେଚନ ବିଭାଗ ପକ୍ଷରୁ ଶିମିଳିପାଳରୁ ବାହାରିଥିବା ଠକ୍‌ଠକି ନଦୀ ଉପରେ ୪୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯାଇଥିଲା। ପ୍ରକଳ୍ପ ନିର୍ମାଣ ସମୟରେ ସ୍ଥାନୀୟ ଚାଷୀଙ୍କ ପରାମର୍ଶକୁ ଅଣଦେଖା କରି ସ୍ଥାନ ନିରୂପଣ କରାଯାଇଥିବାରୁ ସବୁ ଚାଷଜମିକୁ ପାଣି ମାଡ଼ିପାରୁ ନାହିଁ। ଏ ନେଇ ସ୍ଥାନୀୟ ଚାଷୀ ବାରମ୍ବାର ଅଭିଯୋଗ କରିବା ପରେ ୨୦୧୮-୧୯ ଆର୍ଥିକ ବର୍ଷରେ ପ୍ରାୟ ୧୫ ଲକ୍ଷ ଟଙ୍କା ବ୍ୟୟରେ ଚେକ୍‌ ଡ୍ୟାମ୍‌ର ନବୀକରଣ କରାଯାଇଥଲା। କିନ୍ତୁ ନିର୍ମାଣଗତ ତ୍ରୁଟି ଯୋଗୁ ପ୍ରକଳ୍ପ ପାର୍ଶ୍ୱବର୍ତ୍ତୀ ଚାଷଜମିକୁ ପାଣି ମାଡୁ ନ ଥିବା ଚାଷୀ ପ୍ରଦୀପ କୁମାର ନାଏକ, ଭଗୀରଥ ନାଏକ ଓ ଜଗନ୍ନାଥ ପାଳବାବୁ ପ୍ରମୁଖ ଅଭିଯୋଗ କରିଛନ୍ତି। ସେମାନେ କହିଛନ୍ତି ଯେ, ପ୍ରକଳ୍ପ ନିର୍ମାଣ କାମ ନିମ୍ନମାନର ହେବା ସମ୍ପର୍କରେ ଜିଲାପାଳ, ଭିଜିଲାନ୍ସ ଓ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କ ନିକଟରେ ୨୦୧୮ ଖରିଫ୍‌ ଚାଷ ସମୟରେ ଦୁଇଥର ଲିଖିତ ଅଭିଯୋଗ କରିଥିଲେ । ଏଯାଏ ଏହାର ତଦନ୍ତ କି ଅନୁସନ୍ଧାନ କରାଯାଇ ନାହିଁ। ଚେକ୍‌ଡ୍ୟାମ୍‌ର ଢଳେଇ ୱାଲରେ ସ୍ଥାନେ ସ୍ଥାନେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳୁଛି। ଡ୍ୟାମ୍‌ରୁ ଗେଟ୍‌ ମାଧ୍ୟମରେ ଜଳ ନିଷ୍କାସନ ପରେ ଯେଉଁ କେନାଲ ମାଧ୍ୟମରେ ପାଣି ଚାଷଜମିରେ ପହଞ୍ଚିବାର ବ୍ୟବସ୍ଥା କରାଯାଇଛି ତାହା ଅସମ୍ପୂର୍ଣ୍ଣ ରହିଛି ା ଚଳିତ ବର୍ଷ କମ୍‌ ବୃଷ୍ଟିପାତକୁ ନେଇ ଚାଷୀଙ୍କ ଚିନ୍ତାବଢ଼ାଇଛି। ଚେକ୍‌ ଡ୍ୟାମ୍‌ ଉପରକୁ ରହିଯାଇଥିବା ଜମିସବୁ ଏଥର ପଡ଼ିିଆ ପଡ଼ିିବା ଆଶଙ୍କା ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ସେହି ଜମିରେ ତଳି ପକା କାମ ହୋଇପାରି ନାହିଁ ବୋଲି ଚାଷୀ ନିର ପାତ୍ର ଓ ପଞ୍ଚାନନ ବିଶ୍ୱାଳ ପ୍ରମୁଖ କହିଛନ୍ତି। ଚାଷୀଙ୍କ ଅଭିଯୋଗ ସମ୍ପର୍କରେ ଜଣେ ଅଧିକାରୀଙ୍କୁ ପଚାରିବାରୁ ପ୍ରକଳ୍ପ ନିର୍ମାଣ କାମର ତଦାରଖ କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri