କାମାକ୍ଷାନଗର, ୨୬।୬(ଡି.ଏନ୍.ଏ.)- କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଥିବା ଏକ୍ସ-ରେ ମେଶିନ ୯ ବର୍ଷ ହେଲା ଅଚଳ ହୋଇପଡ଼ିଛି। କର୍ମଚାରୀ ଅଭାବ ସମସ୍ୟା ଆଳ ଦେଖାଇ ସ୍ବାସ୍ଥ୍ୟ ବିଭାଗ ନିଜ ମୁଣ୍ଡରୁ ଦୋଷ ବାହାର କରିଦେଉଥିବାବେଳେ ହଜାର ହଜାର ରୋଗୀ ହୀନସ୍ତା ହେଉଛନ୍ତି।
କାମାକ୍ଷାନଗର ଉପଖଣ୍ଡ ଅଧୀନ ୫୦ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କ ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର ଉପଖଣ୍ଡ ଚିକିତ୍ସାଳୟ। ଏଠାରେ ଡାକ୍ତର ଅଭାବ ସମସ୍ୟାଠାରୁ ଆରମ୍ଭ କରି ବିଭିନ୍ନ ବିଭାଗରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି। ଟେକ୍ନିସିଆନ ଅଭାବରୁ ସ୍ବାସ୍ଥ୍ୟକେନ୍ଦ୍ରର ଏକ୍ସ-ରେ ଯନ୍ତ୍ରପାତି ଖତ ଖାଉଛି। ୨୦୧୦ ପୂର୍ବରୁ ଏକ୍ସ-ରେ ବିଭାଗରେ ଆବଶ୍ୟକ ସ୍ବାସ୍ଥ୍ୟ ସୁବିଧା, ପରୀକ୍ଷା ନିରୀକ୍ଷା ଉପଲବ୍ଧ ହେଉଥିଲା। ବିଭାଗୀୟ କର୍ମଚାରୀଙ୍କ ଅବସର ପରେ ଏହା ସ୍ଥାଣୁ ପାଲଟିଛି। ୨୦୧୪ରେ ଜଣେ ଟେକ୍ନିସିଆନଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାତ୍ର ୨ମାସ ପାଇଁ ନାମକୁ ମାତ୍ର ନିଯୁକ୍ତି ଦିଆଯାଇଥିଲା। ତାଙ୍କର ଅନ୍ୟତ୍ର ବଦଳି ହୋଇଯିବା ପରେ ସେହି ଦିନଠାରୁ ଉକ୍ତ ପଦବୀ ଖାଲିପଡ଼ିଛି। ଦାୟିତ୍ୱ ନେବାକୁ କେହି ନ ଥିବାରୁ ପ୍ରକୋଷ୍ଠରେ ତାଲା ଝୁଲୁଛି। ଦୁର୍ଘଟଣାରେ ଗୁରୁତର, ଟିବି ଆକ୍ରାନ୍ତ ଏବଂ ଅନ୍ୟାନ୍ୟ ପରୀକ୍ଷା ପାଇଁ ଏକ୍ସ-ରେ କରିବାକୁ ରୋଗୀ ଆସୁଥିବାବେଳେ ସେମାନଙ୍କୁ ନିରାଶ ହେବାକୁ ପଡୁଛି। ବିକଳ୍ପ ବ୍ୟବସ୍ଥା ନ ଥିବାରୁ ସେମାନେ ଜିଲା ଚିକିତ୍ସାଳୟକୁ ଯାଇ ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି। ଜରୁରିକାଳୀନ ସମୟରେ ରୋଗୀ ସମ୍ପର୍କୀୟମାନେ ଘରୋଇ କ୍ଲିନିକ୍ ଉପରେ ନିର୍ଭର କରୁଛନ୍ତି। ବାରମ୍ବାର ଦାବିସତ୍ତ୍ୱେ ଏକ୍ସ-ରେ ମେଶିନ କାର୍ଯ୍ୟକ୍ଷମ କରାଇବା ଦିଗରେ କେହି ଦୃଷ୍ଟି ଦେଉନାହାନ୍ତି। ଏ ନେଇ ଉପଖଣ୍ଡ ଚିକିତ୍ସାଧିକାରୀ ଡ. ରତ୍ନାକର ସାମଲ କୁହନ୍ତି, ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଅଭାବ ରହିଛି। ବାରମ୍ବାର ଚିଠି ଲେଖିଲେ ମଧ୍ୟ ତାହା ଫାଇଲ ତଳେ ରହିଯାଉଛି। ଉପରିସ୍ତରରେ ଆନ୍ତରିକତା ନ ଦେଖାଇଲେ ଏହି ଅସୁବିଧା ଲାଗିରହିବ ବୋଲି ସେ କହିଛନ୍ତି।
ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର
ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…
ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର
ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…
ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…
ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…
ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା
କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…
ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…
ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…
ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ
ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…
ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି
ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…
ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ
ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ…
Archives

