କାମାକ୍ଷାନଗର କଲେଜରେ ଆରମ୍ଭ ହେବ ଇଗ୍ନୋ ପାଠ୍ୟକ୍ରମ

କାମାକ୍ଷାନଗର, ୩୦।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର କଲେଜରେ ଆରମ୍ଭ ହୋଇଥିବା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ଶିକ୍ଷାଦାନ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଠ୍ୟକ୍ରମକୁ ବ୍ୟାପକ କରିବାକୁ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି କହିଛନ୍ତି ଆହ୍ବାନ ଦେଇଛନ୍ତି ଭୁବନେଶ୍ବର ଶାଖା ସହକାରୀ ଆଞ୍ଚଳିକ ନିର୍ଦ୍ଦେଶକ ଡା. ସନ୍ତୋଷ କୁମାର ପାଣିଗ୍ରାହୀ।
ଦେଶରେ ଶିକ୍ଷାକ୍ଷେତ୍ରରେ ବିପ୍ଳବ ସୃଷ୍ଟି କରିଛି ଇଗ୍ନୋ। ଏହି ପାଠ୍ୟକ୍ରମରେ ନାମ ଲେଖାଇଥିବା ହଜାର ହଜାର ଶିକ୍ଷତ ଯୁବତୀଯୁବକ ଆତ୍ମନିର୍ଭରଶୀଳ ହୋଇ ପାରୁଛନ୍ତି। ଏଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଜାତୀୟ ସ୍ବାସ୍ଥ୍ୟ ମିଶନ,ଭାରତ ଦକ୍ଷତା ବିକାଶ ଅନୁଷ୍ଠାନ ସହ ସହବନ୍ଧିତ ହୋଇ ଶିକ୍ଷା ଜାରି ରହିଛି। ଅନୁସୂଚିତ ଜାତି ଏବଂ ଜନଜାତିର ଛାତ୍ରୀଛାତ୍ରଙ୍କୁ ସମ୍ପୂର୍ଣ୍ଣ ମାଗଣା ଶିକ୍ଷା ଦିଆଯିବାର ବ୍ୟବସ୍ଥା କରାଯାଇଛି। ସମେସ୍ତ ଏହାର ସୁଯୋଗ ନେଲେ ଏହି ପାଠ୍ୟକ୍ରମର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହୋଇପାରିବ। ଅଧିକରୁ ଅଧିକ ଶିକ୍ଷିତ ସୃଷ୍ଟି ହୋଇପାରିବେ ବୋଲି ଡା. ପାଣିଗ୍ରାହୀ ସୂଚନା ଦେଇଥିଲେ।
କାମାକ୍ଷାନଗର ଶିକ୍ଷାକେନ୍ଦ୍ର ସଂଯୋଜକ ଡା. ଶ୍ରୀବତ୍ସ କୁମାର ସାହୁ ଆଲୋଚନାରେ ଭାଗନେଇ ବିଭିନ୍ନ ବିଭାଗ ସମ୍ପର୍କରେ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟକ୍ଷା ସ୍ମିତାରାଣୀ ପାତ୍ର, ପୂର୍ବତନ ସଂଯୋଜକ ଦୁର୍ଗାଚରଣ ବିଶ୍ବାଳ, ଡା. ରାମଚନ୍ଦ୍ର ସାହୁ, ସହ ସଂଯୋଜକ ପ୍ରମୋଦ କୁମାର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri