କାମାକ୍ଷାନଗରରେ ଆଦିବାସୀଙ୍କ ମେଳି: ୧୦ ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କାମାକ୍ଷାନଗର,୨୨।୭(ଡି.ଏନ.ଏ.)- ୧୦ ଦଫା ଦାବିରେ ଆଦିବାସୀ କ୍ରାନ୍ତି ସଂଗଠନ, ଆଦିବାସୀ ଚେତନା ସଂଗଠନ ଓ ମିଳିତ ଆଦିବାସୀ ସଂଘର୍ଷ ମଞ୍ଚର ଶତାଧିକ ଆଦିବାସୀ ସୋମବାର କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଆଦିବାସୀମାନେ ଜିରିଡାମାଳିଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିବା ପରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଥିଲେ। ପରେ ହାତରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଅଞ୍ଚଳରୁ ଦୁର୍ନୀତି ହଟାଇବା, ପରଜଙ୍ଗ ଅଞ୍ଚଳର ୧୨ଟି ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା, ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି, ଶିକ୍ଷା, ପାନୀୟ ଜଳ, ଗମନାଗମନ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ, ଆଦିବାସୀ ଅଞ୍ଚଳରେ ଥିବା ସ୍କୁଲରେ ଆବଶ୍ୟକୀୟ ଶିକ୍ଷକ ନିଯୁକ୍ତି, ଆଦର୍ଶ ବିଦ୍ୟାଳୟକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା, ଗ୍ରାମ ଗୁଡିକରେ ରାସ୍ତାଘାଟ, ଖାଦ୍ୟ ସୁରକ୍ଷା ଯୋଜନାରେ ଉପଯୁକ୍ତ ହିତାଧିକାରୀଙ୍କୁ ବଞ୍ଚିତ ନ କରିବା, କୁଶଳୀ ଓ ଅଣକୁଶଳୀ ଶ୍ରମିକଙ୍କୁ ୧୨୦ ଦିନର କାମ ଯୋଗାଇ ଦେବା ଆଦି ଦାବିରେ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କୁ ପ୍ରଦାନ କରିଥିଲେ। ଉପଜିଲାପାଳ ଅନୁପସ୍ଥିତ ଥିବାରୁ ରାଜସ୍ବ ଅଧିକାରୀ ମନୋଜ କୁମାର ମାଝୀ ଦାବିପତ୍ର ଗ୍ରହଣ କରିଥିଲେ। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି କାମାକ୍ଷାନଗର ଥାନା ଅଧିକାରୀ ନିରଞ୍ଜନ ସେଠୀଙ୍କ ନେତୃତ୍ୱରେ ଏସ୍‌ଆଇ ସୁରେଶ ଚନ୍ଦ୍ର ବେହେରା, ନିବେଦିତା ପ୍ରିୟଦର୍ଶନୀଙ୍କ ସମେତ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। କ୍ରାନ୍ତି ସଂଗଠନ ସଭାପତି ଜମ୍ବେଶ୍ୱର ମୁଣ୍ଡା, ସମ୍ପାଦକ ପ୍ରତାପ ଚନ୍ଦ୍ର ମାରାଣ୍ଡି, ଚେତନା ସଂଗଠନର ଲାଲମୋହନ ମୁର୍ମୁ, ଶୋଭାନା ମାରାଣ୍ଡି, ମାଧବାନନ୍ଦ ମାରାଣ୍ଡି, ଗଙ୍ଗା ପୂର୍ତ୍ତି, ଗଙ୍ଗାଧର ମୁଣ୍ଡା, ସହଦେବ ଟୁଡୁ, ସାଲଖୁ ମୁର୍ମୁ, ନାଉରି ଶୁଣ୍ଢି, ଜମ୍ବେଶ୍ୱର ସିଂକୁ, ମଧୁସୂଦନ ବିରୁଆଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ଆନ୍ଦୋଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri