କାର ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ୩ ଯାତ୍ରୀ

ଜହ୍ନାପଙ୍କ, ୬।୬ (ଡି.ଏନ.ଏ): ବୌଦ୍ଧ-ବଲାଙ୍ଗୀର ଜାତୀୟ ରାଜପଥ ନଂ. ୫୭ର ଜହ୍ନାପଙ୍କ ଫାଣ୍ଡି ନିକଟରେ ଗୁରୁବାର ସକାଳ ପ୍ରାୟ ୭ଟା ବେଳେ ଏକ କାର (ନଂ.ଓଡି୧୭ଏଚ/୬୬୭୭) ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏହି କାର୍‌ ଭିତରେ ଥିବା ୩ଜଣ ଯାତ୍ରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି । ସେମାନଙ୍କର କୌଣସି କ୍ଷତି ହୋଇନାହିଁ । ସ୍ଥାନୀୟ ଲୋକେ ସେମାନଙ୍କୁ ଗାଡି ଭିତରୁ ଉଦ୍ଧାର କରିଥିଲେ । ସୂଚନା ଅନୁସାରେ, ଗୁରୁବାର ସକାଳେ ସୋନପୁରର ଏକ ରାଇସ ମିଲ ମାଲିକ ତାଙ୍କର ୨ଜଣ ସହଯୋଗୀଙ୍କ ସହିତ ଏକ ମିଟିଂରେ ଯୋଗଦେବାକୁ ଭୁବନେଶ୍ୱର ଯାଉଥିବା ବେଳେ କାର୍‌ର ଆଗ ପଟ ଡାହାଣ ପାର୍ଶ୍ୱର ଚକ ପମ୍ପଚର ହୋଇଯାଇଥିଲା । ଫଳରେ ଗାଡିଟି ନିୟନ୍ତ୍ରଣ ହରାଇ ଡାହାଣ ପାର୍ଶ୍ୱରେ ଥିବା ଏକ ବିଲ ଭିତରକୁ ପଶି ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri