କାର ଧକ୍କାରେ ବାଇକ ଚାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପରଜଙ୍ଗ,୨୯।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥର ଦଦରାଘାଟି ଡ୍ୟାମଠାରୁ ଅଳ୍ପ ଦୂରରେ ରବିବାର ସାରେ ଏକ ଅଜଣା କାର ଧକ୍କାରେ କୁଲେଇ ଗ୍ରାମର ଚଗଲା ରଣା (୨୧)ଙ୍କ ମୃତ୍ୟୁ ହୋଇଛି।
ସୂଚନାଯୋଗ୍ୟ ଯେ, ଚଗଲା ନିଜ ବାଇକ (ନଂ.ଓଡି୦୨ବିସି-୧୬୯୧) ଯୋଗେ ଦଦରା ଘାଟି ଅଭିମୁଖେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ କାର ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଚଗଲା ଜାତୀୟ ରାଜପଥ ସୁରକ୍ଷା ବାଡ଼ରେ ପିଟି ହୋଇ ପ୍ରାଣ ହରାଇଥିଲେ। ଦୁର୍ଘଟଣାପରେ କାରଟି ପିତିରି ଛକ ଅଭିମୁଖେ ପଳାଇ ଯାଇଥିବା ପ୍ରତ୍ୟକ୍ଷଦର୍ଶୀ ସୂଚନା ଦେଇଛନ୍ତି। ଏହାପରେ ସ୍ଥାନୀୟ ଗ୍ରାମବାସୀ ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଓ ଦୁର୍ଘଟଣା ଘଟାଇଥିବା କାରକୁ ଧରିବା ଦାବିରେ ୧୪୯ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବରପାଇ ଦଦରା ଘାଟି ଫାଣ୍ଡି ଅଧିକାରୀ ସମରଜିତ୍‌ ନାୟକ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri