Posted inଜାତୀୟ

କାରଗିଲ୍‌ ଯୁଦ୍ଧ ସମୟରେ ଭାରତକୁ ବିକ୍ରି କରାଯାଇଥିଲା ୩୦ ବର୍ଷ ପୁରୁଣା ଗୋଳାବାରୁଦ: ଭି.ପି. ମଲ୍ଲିକ

ନୂଆଦିଲ୍ଲୀ,୧୪।୧୨: କାରଗିଲ୍‌ ଯୁଦ୍ଧ ସମୟରେ ଭାରତ ବିଭିନ୍ନ ଅସ୍ତ୍ରଶସ୍ତ୍ର ପାଇଁ କିଛି ମିତ୍ର ଦେଶଙ୍କ ଉପରେ ଭରସା କରିଥିଲା। ଏହି ସମୟରେ ଅନ୍ୟ କେତେକ ଦେଶରୁ ବିଭିନ୍ନ ଯୁଦ୍ଧ ସରଞ୍ଜାମ କିଣାଯାଇଥିଲା। ତେବେ ପ୍ରତିଟି ଦେଶ ଭାରତ ଅସୁବିଧାରେ ପଡ଼ିଥିବା ଦେଖି ଏହାର ଫାଇଦା ଉଠାଇଥିଲେ ବୋଲି ପୂର୍ବତନ ସେନା ମୁଖ୍ୟ ଜେନେରାଲ ଭି.ପି. ମଲ୍ଲିକ ଚଣ୍ଡିଗଡ଼ରେ ଆୟୋଜିତ ମେକ୍‌ ଇନ୍‌ ଇଣ୍ଡିଆ ଏବଂ ଜାତୀୟ ସୁରକ୍ଷା ସମ୍ପର୍କିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି। ଭାରତର ଏକ ମିତ୍ର ଦେଶ ଏହି ସମୟରେ ୩୦ ବର୍ଷ ପୁରୁଣା ଗୋଳାବାରୁଦ ସପ୍ଲାଏ କରିଥିଲା। ଏସବୁ ୭୦ ଦଶକରେ ନିର୍ମିତ ହୋଇଥିଲା। ସେହିପରି ଅନ୍ୟ ଏକ ଦେଶ ସାଟେଲାଇଟ୍‌ ଇମେଜିଂ ପାଇଁ ୩ ବର୍ଷ ପୁରୁଣା ସାଟେଲାଇଟ୍‌ ବିକ୍ରି କରିଥିଲା। ପ୍ରତି ଫ୍ରେମ୍‌ ପାଇଁ ସମ୍ପୃକ୍ତ ଦେଶ ୩୬ ହଜାର ଟଙ୍କା ଦାବି କରିଥିଲା। ତେବେ ଫ୍ରେମ୍‌ ସେନା ପାଖରେ ପହଞ୍ଚିଥିଲା। ମାତ୍ର ତାହା ୩ ବର୍ଷ ତଳର ଫଟୋ ଥିଲା ବୋଲି ଜଣାପଡ଼ିଥିଲା। ଏହା ବେକାର ଫ୍ରେମ୍‌ ଥିବା ଜାଣି ମଧ୍ୟ ଭାରତକୁ ଠକିବା ଲାଗି ବିକ୍ରି କରାଯାଇଥିବା ସେ କହିଛନ୍ତି। ସେ କୌଣସି ଦେଶର ନାମ ନ ନେଇ ଏହା ପ୍ରକାଶ କରିଛନ୍ତି। ଯୁଦ୍ଧ ପରେ ସେ ଭାରତୀୟ ସେନାର ଆତ୍ମନିର୍ଭରଶୀଳତା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରତିରକ୍ଷା କ୍ଷେତ୍ରରେ ଘରୋଇ କମ୍ପାନୀଗୁଡ଼ିକୁ ସାମିଲ୍‌ କରିବା ପାଇଁ ସେ ସରକାରଙ୍କୁ ପରାମର୍ଶ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲ୍ଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri