କାରଣ ଖୋଜୁଛି ପୋଲିସ

କେନ୍ଦୁଝର,୨୫ା୨(ସ୍ବ.ପ୍ର.): ନିକଟରେ ଖେଲୋ ଇଣ୍ଡିଆ ମହିଳା ଲିଗ୍‌ରେ ଭାଗ ନେଇ ଓଡ଼ିଶା ଟିମ୍‌କୁ ଗୌରବାନ୍ବିତ କରିଥିବା କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ ନୟାଧନୁର୍ଯ୍ୟୟପୁର ଗ୍ରାମର ଜାତୀୟ ଖୋଖୋ ଖେଳାଳି ମନିକା ନାଏକ (୧୭)ଙ୍କ ଆତ୍ମହତ୍ୟା ଘଟଣାକୁ ନେଇ କ୍ରୀଡ଼ା ଜଗତରେ ହଇଚଇ ସୃଷ୍ଟି ହୋଇଛି। ଆତ୍ମହତ୍ୟାକୁ ନେଇ ପରିବାର ଲୋକଙ୍କ ପକ୍ଷରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲେ ମଧ୍ୟ ପୋଲିସ ଘଟଣାର ଛାନ୍‌ଭିନ୍‌ ଚଳାଇଛି। ସେ ବ୍ୟବହାର କରୁଥିବା ମୋବାଇଲ୍‌ ଫୋନର କଲ ରେକର୍ଡ ସଂଗ୍ରହ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରିଣୀ ବନ୍ଦନା ପାତ୍ର କହିଛନ୍ତି ା
ମାସ ପ୍ରଥମ ସପ୍ତାହରେ ମଧ୍ୟପ୍ରଦେଶରେ ଖେଲୋ ଇଣ୍ଡିଆ ପ୍ରତିଯୋଗିତାରେ ଭାଗ ନେଇ ମନିକା ସଫଳତା ହାସଲ କରିିଥିଲେ। ୩ ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ରାଶି ଗ୍ରହଣ କରି ଘରକୁ ଫେରିଥିଲେ। ଏଭଳି ସଫଳତା ନେଇ ବେଶ୍‌ ଖୁସିରେ ଥିବା ବେଳେ ତାଙ୍କ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚକିତ କରିଛି। ୨୦୧୯ରୁ ୨୦୨୩ ମଧ୍ୟରେ ୬ରୁ ଉର୍ଦ୍ଧ୍ୱ ଥର ଜାତୀୟସ୍ତରରେ ଖେଳି ତିନୋଟି ସ୍ବର୍ଣ୍ଣ ଓ ଦୁଇଟି ରୌପ୍ୟ ପଦକ ପାଇଥିବା ମନିକା କେଉଁ କାରଣରୁ ଆତ୍ମହତ୍ୟା କଲେ ତାହାର ତଦନ୍ତ କରିବାକୁ ଦାବି ହେଉଛି। ତାଙ୍କ ମୃତ୍ୟୁ ଘଟଣାକୁ ନେଇ ତାଙ୍କ ସହିତ ଖେଳୁଥିବା କ୍ଷଣପ୍ରଭା ନାଏକ ଦୁଃଖ ପ୍ରକାଶ କରିଛନ୍ତି। ଆଗାମୀ ଦିନରେ ସେ ଓଡ଼ିିଶା ଦଳର କ୍ୟାପଟେନ ହୋଇଥାନ୍ତେ ବୋଲି ଅତ୍ୟନ୍ତ ଦୁଃଖର ସହିତ କହିଛନ୍ତି ତାଙ୍କ କୋଚ୍‌ ପ୍ରକାଶ ବେଜ। ଜିଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର ମହାକୁଡ଼ କହିଛନ୍ତି ଯେ, ଜଣେ ପ୍ରତିଭାବାନ କ୍ରୀଡ଼ାବିତଙ୍କ ଦେହାନ୍ତ ଜିଲାପାଇଁ ବହୁତ କ୍ଷତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri