କାର୍‌ ସିିକ୍ରେଟ ଚାମ୍ବରରୁ ୧୫ ଲକ୍ଷର ଗଞ୍ଜେଇ ଜବତ

ଭୁବନେଶ୍ୱର, ୨୨।୯(ବ୍ୟୁରୋ) : କାର୍‌ରେ ସିକ୍ରେଟ ଚାମ୍ପର କରି ସେଥିରେ ଗଞ୍ଜେଇ ଚୋରା ଚାଲାଣ। ଏଭଳି ଦ୍ୱିତୀୟ ଘଟଣା ରାଜଧାନୀରୁ ଧରାପଡିଛି। ତମାଣ୍ଡୋ ଥାନା କଳିଙ୍ଗବିହାର ଭଗବାନପୁର ଅଞ୍ଚଳରେ ତମାଣ୍ଡୋ ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢାଉ କରି ୩ଟି ଦାମୀ କାରରୁ ୧୩୫ କେଜିର ଗଞ୍ଜେଇ ଜବତ କରିଛି। କନ୍ଧମାଳରୁ ବାହାର ରାଜ୍ୟକୁ ଯାଉଥିବା ଏହି ଗଞ୍ଜେଇର ମୂଲ୍ୟ ୧୫ଲକ୍ଷରୁ ଊର୍ଦ୍ଧ୍ୱ ହେବ। କାରର ପଛ ସିଟ୍‌ ଓ ଡିକି ମଝିରେ ସିକ୍ରେଟ ଚାମ୍ବର କରାଯାଇ ଏହି ଗଞ୍ଜେଇ ଚାଲାଣ କରାଯାଉଥିଲା। ଏହି ଘଟଣାରେ ସମ୍ପୃକ୍ତ ୬ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଶିବଶିମ୍ଭୁ ଦିଗାଲ(୩୩), କୁନୁ ପ୍ରଧାନ(୨୫), ମଧ୍ୟମ ବେହେରା(୩୫), ଦୀପକ ବେହେରା(୩୪), ସଂଗ୍ରାମ ନାୟକ(୩୨) ଓ ପରିକ୍ଷିତ ସାହୁ(୩୬)। ଏମାନଙ୍କ ଘର କନ୍ଧମାଳ ଜିଲାରେ। ଏଥିସହ ସେମାନଙ୍କଠାରୁ ୩ କାର ସହ ୫୫ ହଜାର ଟଙ୍କା ଓ ୪ ମୋବାଇଲ୍‌ ଫୋନ୍‌ ଜବତ କରାଯାଇଛି। ଏନେଇ ପୋଲିସ ଏନ୍‌ଡିପିଏସ୍‌ ଆକ୍ଟରେ ମାମଲା (ନଂ-୧୨୨/୨୦) ରୁଜୁ କରି ତଦନ୍ତ ଚଳାଇଛି। ତେବେ ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣ ପାରୋଲରେ ଆସି ଗଞ୍ଜେଇ ଚାଲାଣ କରୁଥିବା ପଚରାଉଚରାବେଳେ ପୋଲିସ ଜାଣିବାକୁ ପାଇଛି। ଏମାନେ ଅନ୍ୟ କେଉଁ ଅପରାଧରେ ସମ୍ପୃକ୍ତ ଅଛନ୍ତି ସେନେଇ ଖୋଳତାଡ଼ ଚାଲିଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଗତ ୮ ତାରିଖରେ ଖଣ୍ଡଗିରି ଅଞ୍ଚଳରୁ ରାଜସ୍ବ ଗୋଇନ୍ଦା ବିଭାଗ ଏକ ପରିବା ଟ୍ରକ୍‌ରୁ ୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିଥିଲା। ସେହିପରି ଗତ ୧୧ ତାରିଖରେ ବାଲିପାଟଣା ପଦ୍ମପୁର ଅଞ୍ଚଳରୁ ଗୋଟିଏ ଦୋକାନ ଭିତରୁ ୧୧ଲକ୍ଷ ଟଙ୍କାର ଗଞ୍ଜେଇ ଓ ୧୮ ତାରିଖରେ ଖଣ୍ଡଗିରି ଥାନା ଭରତପୁର ଅଞ୍ଚଳରୁ ଏକ ବୋଲେରୋର ସିକ୍ରେଟ ଚାମ୍ବରରୁ ୯୩ କେଜି ଗଞ୍ଜେଇ ଜବତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri