କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ/ଭୁବନେଶ୍ୱର, (ବ୍ୟୁରୋ)୧୫ା୧୦: ସୋମବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ହବିଷିଆଳିମାନେ ଆରମ୍ଭ କରିଛନ୍ତି କାର୍ତ୍ତିକ ବ୍ରତ। ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତବର୍ଷ ୩ହଜାର ହବିଷିଆଳିଙ୍କ ପାଇଁ ଶ୍ରୀକ୍ଷେତ୍ରରେ ୩ଟି ଆଶ୍ରୟସ୍ଥଳୀ କରାଯାଇଛି। ଏଠାରେ ସେମାନଙ୍କ ଲାଗି ରହିବା, ମହାପ୍ରସାଦ ସେବନ ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି। ସନ୍ଧ୍ୟା ପ୍ରାୟ ୬ଟାରେ ଭୁବନେଶ୍ୱର ଲୋକସେବା ଭବନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିିଓ କନଫରେନ୍ସିଂ ମାଧ୍ୟମରେ ଏହି ହବିଷିଆଳି କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି।
ଏଥିପାଇଁ ପୁରୀ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା ହୋଇଥିଲା। ଏଥିରେ ବହୁ ହବିଷିଆଳି ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରି ହବିଷିଆଳିଙ୍କ ଉଦ୍ଦେଶ୍ୟରେ କହିଥିଲେ, ପୁରୀରେ ଆପଣମାନଙ୍କ କାର୍ତ୍ତିକ ବ୍ରତ ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି। ମହାପ୍ରଭୁଙ୍କ କରୁଣାରୁ ଆପଣମାନେ ଭଲରେ ମାସକ ଯାକ ରହି କାର୍ତ୍ତିକ ବ୍ରତ ପାଳନ କରି ପୂଣ୍ୟ ଲାଭ କରନ୍ତୁ। ଏହି ଅବସରରେ ସେ ହବିଷିଆଳି ଓ ସେମାନଙ୍କ ପରିବାରର ଶୁଭ କାମନା କରିଥିଲେ। ବାରିପଦାର ମମତା ଦେ ଏବଂ କୃଷ୍ଣପ୍ରସାଦର ରମା ଦଳାଇ ସେମାନଙ୍କ ଅନୁଭୂତି କହିଥିଲେ। ଆପଣମାନେ ଖୁସି ତ ବୋଲି ମୁଖ୍ୟମନ୍ତ୍ରୀ ପଚାରିଥିଲେ। ପ୍ରତ୍ୟୁତ୍ତରରେ ହବିଷିଆଳିମାନେ ହଁ କହିବା ସହ ହୁଳହୁଳି ପକାଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିଥିଲେ। ଲୋକସେବା ଭବନରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍‌. ବାଲ୍‌କ୍ରିଷ୍ଣନ, ସଂସ୍କୃତି ସଚିବ ଡ. ମନୋରଞ୍ଜନ ପାଣିଗ୍ରାହୀ ଉପସ୍ଥିତ ଥିଲେ। ସେହିପରି ପୁରୀ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲାପାଳ ବଲୱନ୍ତ ସିଂ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଏସ୍‌ପି ଉମାଶଙ୍କର ଦାଶ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ସହକାରୀ ପର୍ଯ୍ୟଟନ ନିର୍ଦ୍ଦେଶକ ବିଜୟ କୁମାର ଜେନା, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri