କାର୍ତ୍ତିକ ବ୍ରତର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ/ଭୁବନେଶ୍ୱର, (ବ୍ୟୁରୋ)୧୫ା୧୦: ସୋମବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ହବିଷିଆଳିମାନେ ଆରମ୍ଭ କରିଛନ୍ତି କାର୍ତ୍ତିକ ବ୍ରତ। ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତବର୍ଷ ୩ହଜାର ହବିଷିଆଳିଙ୍କ ପାଇଁ ଶ୍ରୀକ୍ଷେତ୍ରରେ ୩ଟି ଆଶ୍ରୟସ୍ଥଳୀ କରାଯାଇଛି। ଏଠାରେ ସେମାନଙ୍କ ଲାଗି ରହିବା, ମହାପ୍ରସାଦ ସେବନ ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି। ସନ୍ଧ୍ୟା ପ୍ରାୟ ୬ଟାରେ ଭୁବନେଶ୍ୱର ଲୋକସେବା ଭବନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିିଓ କନଫରେନ୍ସିଂ ମାଧ୍ୟମରେ ଏହି ହବିଷିଆଳି କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି।
ଏଥିପାଇଁ ପୁରୀ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା ହୋଇଥିଲା। ଏଥିରେ ବହୁ ହବିଷିଆଳି ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରି ହବିଷିଆଳିଙ୍କ ଉଦ୍ଦେଶ୍ୟରେ କହିଥିଲେ, ପୁରୀରେ ଆପଣମାନଙ୍କ କାର୍ତ୍ତିକ ବ୍ରତ ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି। ମହାପ୍ରଭୁଙ୍କ କରୁଣାରୁ ଆପଣମାନେ ଭଲରେ ମାସକ ଯାକ ରହି କାର୍ତ୍ତିକ ବ୍ରତ ପାଳନ କରି ପୂଣ୍ୟ ଲାଭ କରନ୍ତୁ। ଏହି ଅବସରରେ ସେ ହବିଷିଆଳି ଓ ସେମାନଙ୍କ ପରିବାରର ଶୁଭ କାମନା କରିଥିଲେ। ବାରିପଦାର ମମତା ଦେ ଏବଂ କୃଷ୍ଣପ୍ରସାଦର ରମା ଦଳାଇ ସେମାନଙ୍କ ଅନୁଭୂତି କହିଥିଲେ। ଆପଣମାନେ ଖୁସି ତ ବୋଲି ମୁଖ୍ୟମନ୍ତ୍ରୀ ପଚାରିଥିଲେ। ପ୍ରତ୍ୟୁତ୍ତରରେ ହବିଷିଆଳିମାନେ ହଁ କହିବା ସହ ହୁଳହୁଳି ପକାଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିଥିଲେ। ଲୋକସେବା ଭବନରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍‌. ବାଲ୍‌କ୍ରିଷ୍ଣନ, ସଂସ୍କୃତି ସଚିବ ଡ. ମନୋରଞ୍ଜନ ପାଣିଗ୍ରାହୀ ଉପସ୍ଥିତ ଥିଲେ। ସେହିପରି ପୁରୀ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲାପାଳ ବଲୱନ୍ତ ସିଂ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଏସ୍‌ପି ଉମାଶଙ୍କର ଦାଶ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ସହକାରୀ ପର୍ଯ୍ୟଟନ ନିର୍ଦ୍ଦେଶକ ବିଜୟ କୁମାର ଜେନା, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri