କାର୍ଯ୍ୟକାରୀ ହୋଇନି ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଛତ୍ରପୁର,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଧାନ ମଣ୍ଡି ସବୁ ସ୍ଥାନରେ ଖୋଲି ନ ଥିବା ଏବଂ ବିଭାଗୀୟ ପଦାଧିକାରୀମାନଙ୍କ ଦ୍ୱାରା ଧାନ କିଣାରେ ଅନିୟମିତତା ହେଉଥିବା ନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନିକଟରେ ଅଭିଯୋଗ ହୋଇଥିଲା ା ଏହାର ତଦନ୍ତ କରି ୭ ଦିନ ମଧ୍ୟରେ ରିପୋର୍ଟ ଦେବା ପାଇଁ ଗଞ୍ଜାମ ଜିଲାପାଳଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏ ସମ୍ପର୍କରେ ୬ ତାରିଖରେ ଏକ ନିର୍ଦ୍ଦେଶନାମା (ନଂ-୨୧) ଜିଲାପାଳଙ୍କୁ ଆସିଥିଲା। ଜିଲା ଯୋଗାଣ ଅଧିକାରୀ (ସିଏସ୍‌ଓ) ଓ ସମବାୟ ସମିତି ଉପନିବନ୍ଧକ (ଡିଆରସିଏସ୍‌)ଙ୍କୁ ଏହାର ତଦନ୍ତ ଋଷିକୁଲ୍ୟା ରୟତ ମହାସଭା ସମ୍ପାଦକ ସୀମାଞ୍ଚଳ ନାହାକ ଓ ଧାନ ସଂଗ୍ରହ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଉପସ୍ଥିତିରେ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଅପରପକ୍ଷରେ ୧୩ ଦିନ ପରେ ମଧ୍ୟ ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଯାଇନି। ଏନେଇ ଋଷିକୁଲ୍ୟା ରୟତ ମହାସଭା ସମ୍ପାଦକ ନାହାକ ରବିବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ା ମନ୍ତ୍ରୀଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରା ନ ଯିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସମ୍ପାଦକ ନାହାକ ଏକ ପ୍ରେସ୍‌ ବିବୃତିରେ କହିଛନ୍ତିି ା ଜିଲାରେ ନଭେମ୍ବର ୧୫ ତାରିଖରୁ ଚାଷୀଙ୍କ ଠାରୁ ଧାନ କିଣା ଆରମ୍ଭ ହୋଇଥିଲା। ମାତ୍ର ଜିଲାର ସମସ୍ତ ସ୍ଥାନରେ ଧାନ ମଣ୍ଡି ଖୋଲିନି ା ଫଳରେ କି ମଧ୍ୟସ୍ଥମାନଙ୍କ ଜରିଆରେ ସରକାରୀ ନିର୍ଦ୍ଧାରିତ ଦରଠାରୁ କମ୍‌ରେ ଚାଷୀ ବିକ୍ରି କରିବାକୁ ବାଧ୍ୟ ହେଉଥିବା, ଧାନ ଆନ୍ଧ୍ର ଯାଉଥିବା ଏବଂ କିଣାରେ ଅନିୟମିତତା ହେଉଥିବା ନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଯୋଗାଣ ମନ୍ତ୍ରୀଙ୍କୁ ୬ ତାରିଖରେ ଭେଟି ଲିଖିତ ଅଭିଯୋଗ କରାଯାଇଥିଲା ା ଏହାପରେ ତଦନ୍ତ କରି ରିପୋର୍ଟ ଦେବାକୁ ଯୋଗାଣ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏ ସମ୍ପର୍କରେ ୯ ତାରିଖରେ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା ା ଏଥିସହ ୬ ତାରିଖରେ ଖୋଲିନି ସମସ୍ତ ମଣ୍ଡି, ଆନ୍ଧ୍ର ଯାଉଛି ଧାନ’ ଶୀଷର୍କ ଏକ ଖବର ଫଟୋ ସହ ଧରିତ୍ରୀରେ ମଧ୍ୟ ପ୍ରକାଶ ପାଇଥିଲା ା ଟୋକେନ୍‌ ଆସିବାରେ ବିଳମ୍ବ ହେଉଥିବାରୁ ଧାନ କିଣା ଯାଉ ନ ଥିବା, ୭୭ କି.ଗ୍ରା. ଧାନକୁ ୧୦୫୦ ଟଙ୍କାରେ ବିକ୍ରିକରି ଚାଷୀ କ୍ଷତି ସହୁଥିବା, ଦୈନିକ ସୋସାଇଟି ପକ୍ଷରୁ ଧାନ କିଣାଯାଉ ନ ଥିବା, ଏମ୍‌ଆଇ ଓ ମିଲର୍‌ମାନଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ କୁଇଣ୍ଟାଲ ଧାନରେ ୫ କି.ଗ୍ରା. ଅଧିକା ନିଆଯାଉଥିବା, ଅଖା ଓ ଗାଡି ଖର୍ଚ୍ଚ ଚାଷୀମାନଙ୍କୁ ଦିଆଯାଉ ନ ଥିବା ନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା ା ଏହାପରେ କୌଣସି ପଦକ୍ଷେପ ନ ନିଆଯିବାରୁ ମହାସଭାର ଏକ ପ୍ରତିନିଧି ଦଳ ଭୁବନେଶ୍ୱର ଯାଇ ଯୋଗାଣ ମନ୍ତ୍ରୀଙ୍କୁ ଭେଟି ଏହି ଅଭିଯୋଗ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri