କାର୍ଯ୍ୟକ୍ଷମ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ : ଦୂଷିତ କୂଅ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.): କୁଆଁରିଆ ନଦୀରୁ ବୋରୱେଲ ମାଧ୍ୟମରେ ପଥରଗଣ୍ଡ ଓ ନିକଟସ୍ଥ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ନିମନ୍ତେ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ୧ ବର୍ଷ ହେଲା ସମ୍ପୂର୍ଣ୍ଣ ହୋଇସାରିଛି।ମାତ୍ର ପ୍ରଶାସନିକ ଅବହେଳା ଯୋଗୁ ଉକ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନ ଥିବା ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ଏଥିଯୋଗୁ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଉଲ୍ଲେଖଯୋଗ୍ୟ, ସରକାର ପାନୀୟ ଜଳ ସମସ୍ୟା ଦୂର କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରି ଜଳ ପରିମଳ ମିଶନ ଭଳି ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଗ୍ରାମାଞ୍ଚଳରେ ସ୍ବଜଳ ଧାରା ଯୋଜନା ମାଧ୍ୟମରେ ମଧ୍ୟ ପାନୀୟ ଜଳ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି। ହେଲେ ବହୁ ଯୋଜନା ବିଫଳ ହୋଇଯାଉଥିବା ସାଧାରଣରେ ଅଭିଯୋଗ ହେଉଛି।
ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ଗଡିଆସାହି ପଞ୍ଚାୟତସ୍ଥ ପଥରଗଣ୍ଡ ଗ୍ରାମସ୍ଥିତ ହରିଜନ ସାହି, ୧୬ ନମ୍ବର ଓ୍ବାର୍ଡରେ ୧୫୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ଏହି ଗ୍ରାମରେ ଗୋଟିଏ ପୋଖରୀ ଓ ନଳକୂପ ରହିଛି। ଗ୍ରାମବାସୀ ନଳକୂପରୁ ଦୂଷିତ ଫ୍ଲୋରାଇଡ଼ଯୁକ୍ତ ପାଣି ପିଇ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି। ତେଣୁ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ୨୦୧୭ ମାର୍ଚ୍ଚ ୪ରେ ପଥରଗଣ୍ଡ ଗ୍ରାମରେ ଏକ ନୂତନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକଙ୍କ ଦ୍ୱାରା ପ୍ରାୟ ୫୧.୩୮ଲକ୍ଷ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ପ୍ରକଳ୍ପଟି କାର୍ଯ୍ୟକ୍ଷମ ହେଲେ ଜଳକ୍ଲିଷ୍ଟ ଅଞ୍ଚଳ ଭାବେ ପରିଚିତ ପଥରଗଣ୍ଡ, ପିତାମହୁଲ, ଗଡ଼ିଆସାହି ଓ ନିକଟସ୍ଥ ହରିଜନସାହିର ୭ଟି ୱାର୍ଡରେ ରହୁଥିବା ୧ ହଜାରରୁ ଊର୍ଦ୍ଧ୍ୱ ବାସିନ୍ଦା ପାଇପ୍‌ ଲାଇନ ଯୋଗେ ସ୍ବଚ୍ଛ ପାନୀୟଜଳ ପାଇପାରିବେ ବୋଲି ଆଶା କରାଯାଇଥିଲା।ହେଲେ ଏହା କାର୍ଯ୍ୟକ୍ଷମ ହେବାରେ ବିଳମ୍ବ ଯୋଗୁ ସ୍ଥାନୀୟ ଅଞ୍ଚଳରେ ଘୋର ଅସନ୍ତୋଷ ଦେଖାଦେଇଛି। ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ସମ୍ପୃକ୍ତ ପ୍ରକଳ୍ପକୁ ବିଦ୍ୟୁତ୍‌ ସଂଯୋଗ ହୋଇ ନ ପାରିବାରୁ ପ୍ରକଳ୍ପଟି ଅଚଳ ଅବସ୍ଥାରେ ରହିିଛି। ଏ ପରିସ୍ଥିତିରେ ଲୋକେ ପାନୀୟ ଜଳ ନିମନ୍ତେ ଗ୍ରାମଠାରୁ ୨ କିମି ଦୂର ଖଳି କିଆରୀର ଏକ ବିଲ ମଧ୍ୟରେ ଥିବା ଖୋଲା କୂଅରୁ ପାଣି ଆଣୁଛନ୍ତି।
ସ୍ଥାନୀୟ ସରପଞ୍ଚ ବିପିନ ବିହାରୀ ସାମଲ ଜିଲା ପ୍ରଶାସନ, ବିଭାଗୀୟ ଅଧିକାରୀଙ୍କୁ ସାକ୍ଷାତ କରି ଉପରୋକ୍ତ ଜଳ ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ ସୁଦ୍ଧା ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ସାମଲ କହିଛନ୍ତି। ଗ୍ରାମ ପଞ୍ଚାୟତ ମାସିକ ବୈଠକରେ ଏ ସମ୍ପର୍କରେ ଆଲୋଚନା କରାଯାଇ ବିଭାଗୀୟ ଅଧିକାରୀମାନଙ୍କୁ ବାରମ୍ବାର ଅବଗତ ମଧ୍ୟ କରାଯାଇଥିବା ସେ ସୂଚନା ଦେଇଛନ୍ତି। ପରିସ୍ଥିତି ନ ସୁଧୁରିଲେ ଆଗକୁ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଗ୍ରାମବାସୀ ଚେତବନୀ ଦେଇଛନ୍ତି।
ନୟାଗଡ଼ ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜୀବ କୁମାର ପାଣିଗ୍ରାହୀ ଏ ନେଇ କହିଛନ୍ତି, ଠିକାଦାର ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିଥିବାବେଳେ ପ୍ରକଳ୍ପକୁ ବିଦ୍ୟୁତ୍‌ ସଂଯୋଗ ହୋଇପାରି ନାହିଁ। ଇତି ମଧ୍ୟରେ ସମ୍ପୃକ୍ତ ଠିକାଦାରଙ୍କ ମୃତ୍ୟୁ ଘଟିଥିବାରୁ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ତେବେ ଏ ଦିଗରେ ଖୁବ୍‌ ଶୀଘ୍ର ପଦକ୍ଷେପ ଗ୍ରହଣ କରାଯାଇ ଅଞ୍ଚଳବାସୀଙ୍କୁ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା କରାଯିବ ବୋଲି ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

କୁଶଢିପି ଗାଁରେ ପାଣି ପାଇଁ ହାହାକାର

ଓଡ଼ଗାଁ,୫ା୫(ଆଦର୍ଶ କୁମାର ପଟ୍ଟନାୟକ )ଚାରିଆଡ଼େ ଅସମ୍ଭାଳ ହେଲାଣି ପାନୀୟ ଜଳ ସମସ୍ୟା। କେଉଁଠି ପାଣି ପାଇଁ ଲୋକେ ବହୁ ପଥ ଚାଲି ଚାଲି ଯାଇ ପାନୀୟ...

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri