କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇବା ଘଟଣା : ପୋଲିସ ଉପସ୍ଥିତିରେ ଖୋଲାଗଲା କାର୍ଯ୍ୟାଳୟ

ପୁରୁଣା ଭୁବନେଶ୍ୱର,୧।୧୧(ଡି.ଏନ.ଏ.) : ବୁଧବାରଠାରୁ ଏକ ଦାବିକୁ ନେଇ ପୂଜାପଣ୍ଡା ସେବାୟତ ସଚ୍ଚିକାନ୍ତ ପୂଜାପଣ୍ଡା ଏବଂ ବ୍ରାହ୍ମଣ ନିଯୋଗ ସେବାୟତ ବିରଞ୍ଚତ୍ ନାରୟଣ ପତି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଗାଳି ଗୁଲଜ କରିବା ସହ ତାଙ୍କ କାର୍ଯ୍ୟାଳୟକୁ ତାଲା ପକେଇ ଦେଇଥିଲେ। ଏହି ଘଟଣାର ୨୪ଘଣ୍ଟା ପରେ ଗୁରୁବାର ପୂର୍ବାହ୍ନରେ ଦେବୋତ୍ତର କମିଶନରଙ୍କ ନିର୍ଦ୍ଦେଶକ୍ରମେ ଶ୍ରୀଲିଙ୍ଗରାଜ ଥାନା ପୋଲିସ ଉପସ୍ଥିତିରେ ମନ୍ଦିର କାଯର୍ର୍‌ୟାଳୟ ତାଲା ଖୋଲା ଯାଇଥିଲା। ପରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁ ପୂର୍ବବତ୍‌ ନିଜ କାର୍ଯ୍ୟରେ ଯୋଗଦାନ କରିଥିଲେ। ସୂଚନାଥାଉ କି ବୁଧବାର ଏକ ଅପ୍ରୀତିକର ଘଟଣାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିବାବେଳେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଲିଖିତ ଅଭିଯୋଗକ୍ରମେ ପୋଲିସ ନଂ. ୨୧୦/୧୯ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଚଳାଇଥିଲା।
ଦୋଷୀଙ୍କ ବିରୋଧରେ କାଯର୍ର୍‌ୟାନୁଷ୍ଠାନ ପାଇଁ ଚିଠି
ବୁଧବାର ଘଟଣାକୁ ନେଇ ଦେବୋତ୍ତର କମିଶନର ଏକ ସ୍ବତନ୍ତ୍ର ଚିଠି ଯୋଗେ ବିଶୃଙ୍ଖଳା ଘଟାଇଥିବା ଦୋଷୀଙ୍କ ବିରୋଧରେ ଦୃଢ କାଯର୍ର୍‌ୟାନୁଷ୍ଠାନ ନିଆଯିବା ପାଇଁ କମିଶନରେଟ ପୋଲିସ୍‌ କମିଶନର, ଡିସିପି, ଲିଙ୍ଗରାଜ ଥାନା ଆଇଆଇସିଙ୍କୁ ଚିଠି ମଧ୍ୟରେ ଅବଗତ କରାଯାଇଛି। ଏଥିସହ କାର୍ଯ୍ୟନିର୍ବାହୀ ଅଧିକାରୀ ସାହୁଙ୍କ ଜୀବନ ପ୍ରତି ବିପଦ ଦର୍ଶାଇ ତାଙ୍କୁ ସୁରକ୍ଷା ପ୍ରଦାନ କରାଯିବାକୁ ମଧ୍ୟ ଚିଠିରେ ଉଲ୍ଲେଖ ରହିଛି ।

ଆଜି ହେବ ଅଡିଟ୍‌

ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ, ଶୁକ୍ରବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ଼ ଅଧୀନରେ ଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ସମେତ ପାର୍ଶ୍ୱଦେବ ପୀଠ ଯଥା:- ଅନନ୍ତ ବାସୁଦେବ ମନ୍ଦିର, କେଦାରଗୌରୀ ମନ୍ଦିରର ଅଡ଼ିଟ୍‌ କରିବାକୁ ସୂଚନା ଦିଆଯାଇଛି। ଏଥିରେ ଏଜିର ଅଡ଼ିଟରଙ୍କୁ ସହଯୋଗ କରିବା ନିମନ୍ତେ କାଯର୍ର୍‌ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri