କାର୍ଯ୍ୟବ୍ୟସ୍ତତା ଯୋଗୁଁ କାର୍ଯ୍ୟାଳୟରେ ଆଇଏଏସ୍‌ ଅଫିସର ବିବାହ କଲେ ଆଇପିଏସ୍‌ଙ୍କୁ

କୋଲକାତା,୧୭।୨: ବିବାହକୁ ସ୍ମୃତି କରିବା ପାଇଁ ଯୁବକ ଯୁବତୀ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଏହାକୁ ଗ୍ରାଣ୍ଡଓ୍ବେରେ ସେଲିବ୍ରେଟ କରିବା ପାଇଁ ବହୁ ଦିନରୁ ଆୟୋଜନ କରାଯାଇଥାଏ। ହେଲେ ନିକଟରେ ଜଣେ ଦମ୍ପତ୍ତି କାର୍ଯ୍ୟବ୍ୟସ୍ତତା ଓ ସମୟ ଅଭାବରୁ ନିଜ କାର୍ଯ୍ୟାଳୟରେ ବିବାହ କରିଥିବା ଦେଖିବାକୁ ମିଳିଛି। ଏହି ଦୃଶ୍ୟ ହେଉଛି ପଶ୍ଚିମବଙ୍ଗର। ସୂଚନାଯୋଗ୍ୟ, ୨୦୧୫ ବ୍ୟାଚର ଆଇଏଏସ୍‌ ଅଫିସର ତୁଷାର ସିଙ୍ଗ୍‌ଲା ପଶ୍ଚିମବଙ୍ଗରେ ଉଲୁବେରିଆରେ ଏସ୍‌ଡିଓ ଭାବେ କାର୍ଯ୍ୟରତ ଅଛନ୍ତି। ସେହିପରି ୨୦୧୭ ବ୍ୟାଚର ଆଇପିଏସ୍‌ ଅଫିସର ନବଜୋତ ସିମି ପାଟନାରେ କାର୍ଯ୍ୟରତ ଥିବା ଜଣାପଡ଼ିଛି। ତୁଷାର ଓ ନବଜୋତ ପଞ୍ଜାବର ବାସିନ୍ଦା ହୋଇଥିବା ବେଳେ ଗତ କିଛି ଦିନରୁ ଦୁହେଁ ରିଲେସନଶିପ୍‌ରେ ଥିଲେ। ଦୁହେଁ ବିବାହ କରିବାକୁ ଚାହଁୁଥିବା ବେଳେ କାର୍ଯ୍ୟବ୍ୟସ୍ତତା ଯୋଗୁ ସେମାନେ ପଞ୍ଜାବକୁ ଯାଇପାରୁ ନ ଥିଲେ। ଏଥିପାଇଁ ତାଙ୍କ ବିବାହ ବହୁ ଦିନ ହେଲା ବିଳମ୍ବ ହୋଇଯାଉଥିଲା। ଶେଷରେ ତୁଷାର ଓ ନବଜୋତ ବିବାହ କରିବା ପାଇଁ ନିଜ କାର୍ଯ୍ୟାଳୟକୁ ବାଛିଥିଲେ। ଏଥିପାଇଁ ନବଜୋତ ପାଟନାରୁ ପଶ୍ଚିମବଙ୍ଗ ଆସିଥିବା ବେଳେ ତୁଷାରଙ୍କ କାର୍ଯ୍ୟାଳୟରେ ସେମାନଙ୍କର ନିରାଡମ୍ବର ବିବାହ ଅନୁଷ୍ଠିତ ହୋଇଥିଲା। ତେବେ ସେମାନେ ଗ୍ରାଣ୍ଡଓ୍ବେରେ ନିଜ ସାଥୀ ଓ ସମ୍ପର୍କୀୟଙ୍କୁ ପାର୍ଟି ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ହେଲେ ଏହି ପାର୍ଟି ପାଇଁ ମଧ୍ୟ ସେମାନଙ୍କୁ ୨୦୨୧ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। କାରଣ ୨୦୨୧ରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବ। ଏହାପରେ ହିଁ ପାର୍ଟିର ଆୟୋଜନ ହେବ ବୋଲି ତୁଷାର କହିଛନ୍ତି। ଏହି ଆଇଏଏସ୍‌ ଓ ଆଇପିଏସ୍‌ଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ସେମାନଙ୍କ ବିବାହ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri