କାର୍ଯ୍ୟରତ କନଷ୍ଟେବଳଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟ କରୁଥିବା କନଷ୍ଟେବଳ ଶଶିକାନ୍ତ ପାଣିଗ୍ରାହୀ (୫୨) ଶନିବାର ଅପରାହ୍ନରେ ଡ୍ୟୁଟିରେ ଥିବାବେଳେ ହଠାତ୍‌ ମୃତ୍ୟୁବରଣ କରିଛନ୍ତି। ତାଙ୍କ ମୃତ୍ୟୁରେ ଜିଲା ପୋଲିସ ପ୍ରଶାସନରେ ଶୋକର ଛାୟା ଖେଳିଯାଇଛି।
ଶଶିକାନ୍ତ ଡ୍ୟୁଟିରେ ଥିବାବେଳେ ଅପରାହ୍ନରେ ହଠାତ୍‌ ତାଙ୍କର ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସହକର୍ମୀମାନେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଯାଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ୧୯୮୬ ମସିହାରୁ ପାଣିଗ୍ରାହୀ ପୋଲିସ୍‌ ବିଭାଗରେ ଯୋଗଦେଇ ଦୀର୍ଘ ୩୪ବର୍ଷ ଧରି ସେବା କରିଆସିଥିଲେ। ସେ ଜଣେ ଧର୍ମପରାୟଣ, ନିଷ୍ଠାପର, ମେଳାପୀ ଥିବାରୁ ତାଙ୍କ ପାଇଁ ଶତାଧିକ ସହକର୍ମୀ ଓ ପ୍ରଶାସନ ଅଧିକାରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ତୁଷାରକାନ୍ତ ଜେନା, ଆର୍‌ଆଇ ଦିଲୀପ ସାମନ୍ତରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶୋକସଭା ହେବା ସହ ପରିବାର ଲୋକଙ୍କୁ ଆଶ୍ୱାସନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri