କାର୍ଯ୍ୟସ୍ଥଳରେ ବିଦ୍ୟୁତ୍‌ ଠିକା ମିସ୍ତ୍ରି ଜଳିଯିବା ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କାର୍ଯ୍ୟସ୍ଥଳରେ ୧୧ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ବୁଧବାର ଅପରାହ୍ନରେ ଜଳିଯାଇଥିଲେ ଠିକା ମିସ୍ତ୍ରି ମୟୂରଭଞ୍ଜ ଜିଲା ଭିଜିଡିହି ଗ୍ରାମର ବାଗଇ ମୁର୍ମୁ ଓରଫ ମଟକା (୨୨)। ସେସୁ ଭୁବନେଶ୍ୱର ସିଟି ଡିଭିଜନ-୧ ଅଧୀନ ସତ୍ୟନଗର ବିଦ୍ୟୁତ୍‌ କାର୍ଯ୍ୟାଳୟ ଅନ୍ତର୍ଗତ କେନ୍ଦ୍ରୀୟ ବିଦ୍ୟାଳୟ ସ୍କୁଲ୍‌ କଲୋନୀ ନିକଟରେ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଚାଲିଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଲାଇନମ୍ୟାନଙ୍କ ଭୁଲ୍‌ ପାଇଁ ରାଜଧାନୀବାସୀଙ୍କ ପାଇଁ ରିୟର ହିରୋ ପାଲଟିଥିବା ମଟକାଙ୍କର ମୃତ୍ୟୁ ଘଟିଥିଲା। ଏପରି କି ଘଟଣା ପରେ ମୃତ ମଟକା ଓ ତାଙ୍କ ପରିବାରକୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଇଥିଲା। ଗୁରୁବାର ପରିସ୍ଥିତି ଏପରି ହୋଇଥିଲା ନ୍ୟାୟ ଓ କ୍ଷତିପୂରଣ ଆଶା ନେଇ ଯାଇଥିବାବେଳେ ପୋଲିସ ଡିଭିଜନ କାର୍ଯ୍ୟାଳୟ ସମ୍ମୁଖରୁ ମୃତଦେହ ସହ ତାଙ୍କ ବାପା ବାଗାତଙ୍କୁ ଉଠାଇ ନେଇଥିଲା। ଏହାର ପ୍ରତିବାଦରେ ରାତିରେ ମୃତକଙ୍କ ପରିବାର, ସମ୍ପର୍କୀୟ, ମଟକାଙ୍କ ସହ କାର୍ଯ୍ୟ କରୁଥିବା ମିସ୍ତ୍ରି ଓ ଶ୍ରମିକଙ୍କ ସମେତ ବିଦ୍ୟୁତ୍‌ ଠିକାଦାର ସଂଘ କର୍ମକର୍ତ୍ତା ରାଜଭବନ ଛକ ନିକଟରେ ରାସ୍ତାରୋକୋ କରିଥିଲେ। କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ଶେଷରେ ଆନ୍ଦୋଳନରୁ ସେମାନେ ଉଠିଥିଲେ। ଶୁକ୍ରବାର ମୃତ ମଟକାଙ୍କ ପରିବାରକୁ ୧୦ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି। ସେସୁ ତରଫରୁ ୫ ଲକ୍ଷ ଟଙ୍କା ଓ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ୍‌ରୁ ୫ ଲକ୍ଷ ଟଙ୍କା ମିଳିବ।
ସୂଚନା ମୁତାବକ, ମଟକା ଜଣେ ବିଦ୍ୟୁତ୍‌ ମିସ୍ତ୍ରି। ଠିକା ସଂସ୍ଥା ଆଖଣ୍ଡଳମଣୀ ଇଲେକ୍ଟ୍ରିକାଲ କନଷ୍ଟ୍ରକ୍ସନ ଅଧୀନରେ ସେ କାର୍ଯ୍ୟ କରୁଥିଲେ। ଠିକାଦାର ତାଙ୍କ ସହ ୩୦ଜଣ ଶ୍ରମିକଙ୍କୁ ଭୁବନେଶ୍ୱରରେ ବିଦ୍ୟୁତ୍‌ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟରେ ଲଗାଇଥିଲେ। ବୁଧବାର ମଟକା ଓ ଅନ୍ୟ ୧୪ଜଣ କେନ୍ଦ୍ରୀୟ ବିଦ୍ୟାଳୟ ସ୍କୁଲ କଲୋନୀ ନିକଟରେ କାର୍ଯ୍ୟ କରୁଥିଲେ। ଅପରାହ୍ନ ସାଢେ ୫ଟାରେ ସେମାନେ ସତ୍ୟନଗର ବିଦ୍ୟୁତ୍‌ କାର୍ଯ୍ୟାଳୟର ଲାଇନମ୍ୟାନ୍‌ ଅକ୍ରୂର ବେହେରାଙ୍କ ତତ୍ତ୍ୱାବଧାନରେ ଟ୍ରାନ୍ସଫର୍ମରକୁ ବିଦ୍ୟୁତ୍‌ ସଂଯୋଗ କାର୍ଯ୍ୟରେ ଲାଗିଥିଲେ। ୧୧ କେଭିରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଥିବା ଲାଇନମ୍ୟାନ ଅକ୍ରୂର କହିବା ସହ ମଟକାଙ୍କୁ ତାର ଯୋଡ଼ିବାକୁ ନିର୍ଦ୍ଦେଶ ଦେଇଥିଲେ। ମଟକା ଖୁଣ୍ଟକୁ ଚଢ଼ି ତାରକୁ ଧରିବାକ୍ଷଣି ଜଳିଯାଇ ତଳକୁ ଖସି ପଡିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri