କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବଇଣ୍ଡା, ୨୦ା୯(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ପାଗବନ୍ଧା ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କାର୍‌ ଚାଳକ ଭଦ୍ରକ ଜିଲା ଫତେପୁର ଅଞ୍ଚଳର ଦୀପକ ସ୍ବାଇଁଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସହଯୋଗୀ ସେହି ଗ୍ରାମର ସୁବ୍ରତ ସ୍ବାଇଁ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ସ୍ଥାନୀୟ ଗ୍ରାମବାସୀ ଓ ପୋଲିସ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ପୋଲିସ କହିଛି, ଧୂପକାଠି ବ୍ୟବସାୟୀ ଦୀପକ ଓ ସୁବ୍ରତ ଧୂପକାଠି ବୋଝେଇ କରି କାର୍‌ରେ(ନଂ. ଓଡ଼ି ୦୨ ଏଡି ୮୫୭୪)ରେ ଯାଉଥିବାବେଳେ ଅନୁଗୋଳରୁ ସମ୍ବଲପୁର ଅଭିମୁଖେ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ୍‌ (ଓଡ଼ି ୩୩ ସି ୬୯୩୪) ସହ ଧକ୍କା ହୋଇଥିଲା। ହଣ୍ଡପା ପୋଲିସ ଗାଡ଼ି ଦୁଇଟିକୁ ଜବତ କରିବା ସହ ନଂ. ୧୬୩/୧୯ରେ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri