କାର୍‌ ପୋଛା ବେଳେ ଦାଗ: ଦିବ୍ୟାଙ୍ଗ ଛାତ୍ରଙ୍କୁ ନିସ୍ତୁକ ପିଟିଲେ ଶିକ୍ଷକ

ଦିଗପହଣ୍ଡି,୧୦।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ତଲାସିଙ୍ଗି ସରକାରୀ ହାଇସ୍କୁଲର ଜଣେ ଶିକ୍ଷକଙ୍କ କାରରୁ ଧୂଳି ସଫା କରିବା ପାଇଁ ୯ମ ଶ୍ରେଣୀର ଦିବ୍ୟାଙ୍ଗ ଛାତ୍ରଙ୍କୁ ନିୟୋଜିତ କରାଯାଇଥିଲା। ସଫା କରିବାବେଳେ କାରରେ ଦାଗ ହୋଇଯିବାରୁ ଶିକ୍ଷକ ଜଣକ ଉତ୍ତେଜିତ ହୋଇ ଛାତ୍ରଙ୍କୁ ନିସ୍ତୁକ ପିଟିଥିବା ଅଭିଯୋଗ ହୋଇଛି। ତଲାସିଙ୍ଗି ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାଙ୍କୁ ଚିକିତ୍ସା କରାଯାଉଛି। ପ୍ରତିବାଦରେ ଶନିବାର ବହୁ ଅଭିଭାବକ ଓ ଗ୍ରାମବାସୀ ହାଇସ୍କୁଲରେ ପହଞ୍ଚତ୍ ହୋହଲ୍ଲା କରିବା ସହ ସମ୍ପୃକ୍ତ ଶିକ୍ଷକଙ୍କୁ ଶ୍ରେଣୀଗୃହରେ ଅଟକ ରଖି ପଚରାଉଚରା କରିଥିଲେ। ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ପାତ୍ର ଓ ଅନ୍ୟ ଶିକ୍ଷକମାନେ ଉତ୍ତ୍ୟକ୍ତ ଅଭିଭାବକ ଓ ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗିରହିଛି। ସମ୍ପୃକ୍ତ ଶିକ୍ଷକ ଦୋଷ ସ୍ବୀକାର କରିବା ସହ ଆହତ ଛାତ୍ରଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଗ୍ରାମବାସୀ ଘଟଣାର ତଦନ୍ତ କରି ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ଶିକ୍ଷାଧିକାରୀ ଡ. ସନାତନ ପଣ୍ଡାଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏନେଇ ପ୍ରଧାନଶିକ୍ଷକଙ୍କୁ ପଚାରିବାରୁ ଘଟଣାର ଆପୋଷ ସମାଧାନ ହୋଇଯାଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri