କାର୍‌ରେ କୋଭିଡ-୧୯ ପାସ୍‌ ଲଗାଇ ମଦ ବେପାର

ଭୁବନେଶ୍ୱର,୨୨ା୪ (ବ୍ୟୁରୋ): ରାଜଧାନୀରେ କଡ଼ା କଟକଣା ସତ୍ତ୍ୱେ ଚାଲିଛି ବେଆଇନ ମଦ ବେପାର। ଦାମୀ କାର୍‌ରେ ଛୋଟ ମଦୁଆଙ୍କଠାରୁ ଆରମ୍ଭ କରି ବଡ଼ବଡ଼ିଆଙ୍କୁ ଯୋଗାଯାଉଛି ମଦ। ଦାମୀ କାରରେ କୋଭିଡ-୧୯ ପାସ୍‌ ଲଗାଇ ଚାଲିଥିବା ଏହି କାରବାର ଧରାପଡିଛି। ଏଥିରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଖଣ୍ଡଗିରି ବରମୁଣ୍ଡା ହାଉସିଂବୋର୍ଡ କଲୋନୀର ପ୍ରଦିପ୍ତ କୁମାର ସ୍ବାଇଁ ଓରଫ ଗିଟୁ ଓ ସହଯୋଗୀ ସତ୍ୟବ୍ରତ ସ୍ବାଇଁଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ଏଥିରେ ବ୍ୟବହୃତ କ୍ରେଟା କାର (ଓଡି ୦୨ ଏୟୁ ୦୦୫୨) ସହ ୯୬ ବୋତଲ ବିଦେଶୀ ମଦ, ୩ ମୋବିଲ, ୪ ହଜାର ଟଙ୍କା ଜବତ ହୋଇଛି।
ସୂଚନା ମୁତାବକ, ଗିଟୁ ବେଆଇନ ଭାବେ ଚଢ଼ା ଦରରେ ମଦ ବିକ୍ରି କରିବା ସହ ବେଆଇନ ଭାବେ କୋଭିଡ୍‌-୧୯ କାର୍‌ ପାସ୍‌ ହାତେଇ ଏହି କାରବାର ଚଲାଇଥିବା କ୍ୟୁଏଟି ନିକଟରେ ଖବର ପହଞ୍ଚତ୍ଥିଲା। ଏହାପରେ ଖଣ୍ଡଗିରି ପୋଲିସ ସହଯୋଗରେ ତାଙ୍କୁ ଧରିବାକୁ ଜାଲ ବିଛାଇଥିଲା କୁଏଟି। ପୋଲିସ ନିଜକୁ ଗରାଖ ବୋଲି ପରିଚୟ ଦେଇ ମଦ କିଣିବାକୁ ତାଙ୍କ ସହ ଡିଲ୍‌ କରିଥିଲା। ମଙ୍ଗଳବାର ମଧ୍ୟାହ୍ନରେ ବରମୁଣ୍ଡା ହାଉସିଂବୋର୍ଡ କଲୋନୀରେ ୨ ପେଟି ମଦ ଦେବାକୁ ଗିଟୁ ପହଞ୍ଚତ୍ବାକ୍ଷଣି ସାଦା ପୋଷାକରେ ଥିବା ଜଗି ରହିଥିବା ପୋଲିସ ସେମାନଙ୍କୁ କାବୁ କରିନେଇଥିଲା। ଅଭିଯୁକ୍ତ ଗିଟୁ ଜଣେ ଚଳଚ୍ଚିତ୍ର ପ୍ରଯୋଜକଙ୍କ ପୁଅ ଓ ତାଙ୍କର ସହରର ବହୁ ରାଜନେତା ତଥା ନାମୀଦାମୀ ଲୋକଙ୍କ ସହ ସୁସମ୍ପର୍କ ରହିଛି। ପୂର୍ବରୁ ୨୦୧୬ରେ କାଷ୍ଟିଙ୍ଗ କାଉଚ୍‌ ମାମଲାରେ ଓଲିଉଡ ତାରକା ତତ୍ତ୍ୱପ୍ରକାଶ ଶତପଥୀ ଓରଫ ପପୁଙ୍କ ସହ ଅଭିଯୁକ୍ତ ଗିଟୁ ପୁରୀରୁ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri