କାଲି ଆସିବେ ପ୍ରଧାନମନ୍ତ୍ରୀ ମୋଦି: ଆକାଶ ମାର୍ଗରୁ ଓଡିଶା, ପଶ୍ଚିମବଙ୍ଗର ବାତ୍ୟା ସ୍ଥିତି ପରଖିବେ

ଭୁବନେଶ୍ୱର, ୨୧।୫(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡିଶା ଗସ୍ତରେ ଆସିବେ ବୋଲି ଜଣାପଡିଛି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଳମ୍ବିତ ରାତିରେ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ପିଏମ୍‌ଓ ପକ୍ଷରୁ ଟୁଇଟ୍‌ କରି ଉଲ୍ଲେଖ କରାଯାଇଛି ଯେ, ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ଏବଂ ଓଡିଶାର ବାତ୍ୟା ଦ୍ୱାରା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ବୁଲି ଦେଖିବେ। ରିଲିଫ ଏବଂ ଥଇଥାନ କାର୍ଯ୍ୟ ପ୍ରସଙ୍ଗରେ ସମୀକ୍ଷା କରିବେ। ଅନ୍ୟପଟେ ପ୍ରଧାନମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ ବୋଲି ମଧ୍ୟ ଜଣାପଡିଛି। ସୂତ୍ରରୁ ମିଳିଥିବା ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ଅପରାହ୍ନ ୧ଟାରୁ ୨ଟା ମଧ୍ୟରେ ଆସି ପହଞ୍ଚିବେ। ହେଲେ ତାଙ୍କ ଗସ୍ତ ସମୟ ନେଇ ପିଏମ୍‌ଓ କିମ୍ବା ରାଜ୍ୟ ସରକାରଙ୍କ ପକ୍ଷରୁ କିଛି ସୂଚନା ମିଲିନାହିଁ। ରାଜ୍ୟ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି, କମିଶନର ସୁଧାଂଶୁ ଷଡଙ୍ଗୀ ଏବଂ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ବିମାନବନ୍ଦର ଯାଇ ସେଠାକାର ସିରକ୍ଷାର ସ୍ଥିତି ପରଖିଛନ୍ତି। ଏହାସହ ଅନ୍ୟାନ୍ୟ ସୁରକ୍ଷା ସ୍ଥିତି ସମ୍ପର୍କରେ ମଧ୍ୟ ଯାଞ୍ଚ କରିଛନ୍ତି। ବୁଧବାର ଓଡିଶା ଏବଂ ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫନ’ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅମ୍ଫନ ଯୋଗୁ ପଶ୍ଚିମବଙ୍ଗରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିବା ସାଙ୍ଗକୁ ୭୨ଜଣଙ୍କ ଜୀବନ ଯାଇଛି। ତେଣୁ ପ୍ରଧାନମନ୍ତ୍ରୀ ଦୁଇ ରାଜ୍ୟର ବାତ୍ୟାଜନିତ କ୍ଷୟକ୍ଷତି ଦେଖି ସମୀକ୍ଷା କରି ଫେରିଯିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ଅପରାହ୍ନରେ ଆସିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri