କାଳ ବୈଶାଖୀ ପ୍ରଭାବ : କାନ୍ଥ ପଡି ଘର ଭାଙ୍ଗିଲା, ୩ ଆହତ

ପାଟଣା,୧।୬(ସ୍ବ.ପ୍ର.)-କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲ ପାଟଣା ଅଞ୍ଚଳରେ କୁଆପଥର ବର୍ଷା, ଘଡଘଡି ସାଙ୍ଗକୁ ବହୁତ ଜୋର୍‌ସେ ପବନରେ ବିଦ୍ୟୁତ ସରବରାହ ବ୍ୟାହତ ହେବା ସହ ୩ଜଣ ଆହତ ହୋଇଛନ୍ତି। ପୂର୍ବାହ୍ନରୁ ସା ମଧ୍ୟରେ ପାଟଣା ଅଞ୍ଚଳରେ ୪୧.୪ ମିଲି ମିଟର ବର୍ଷା ହୋଇଥିବା ପାଟଣା ସ୍ଥିତ ସେଣ୍ଟ୍ରାଲ ୱାଟର କମିଶନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ବଡ଼ପାଟଣା ପଞ୍ଚାୟତ ଶିବନାରାୟଣ ପୁର ଗ୍ରାମର ଅସହାୟ ବୃଦ୍ଧା ଆଶାମଣି ନାଏକଙ୍କ ଆଜବେଷ୍ଟସ୍‌ ଘର ସହ ଚାଳ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ବୃଦ୍ଧା ଜଣଙ୍କ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୂର୍ବରୁ ପୁଅବୋହୂଙ୍କୁ ହରାଇ ୪ ନାତି ନାତୁଣୀଙ୍କ ସହ ରହୁଛନ୍ତି। ସେ ଜଣେ ଅସହାୟ ବିଧବା ମହିଳା। ଗରିବ ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ସ୍ଥାନୀୟବାସୀ ଦାବି କରିଛନ୍ତି। ଅନୁରୂପ ଭାବେ ବଡ଼ପାଟଣା ପଞ୍ଚାୟତ ପୁଟୁଳିଆ ଗ୍ରାମର ସର ପାତ୍ର ଓ ତାଙ୍କ ଦୁଇ ପୁଅ ଲକ୍ଷ୍ମଣ ପାତ୍ର ଓ ଡାକ୍ତର ପାତ୍ର ଘର ଭିତରେ ଥିବା ବେଳେ ହଠାତ ବର୍ଷା ପବନ ଜୋର ହେବାରୁ ଘର ପାଖରେ ଥିବା ଏକ ବିରାଟ ଆମ୍ବ ଗଛଘର ଉପରେ ଖସିପଡିବାରୁ ଘର ଭାଙ୍ଗିବା ସହ ସେମାନେ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri