କାଳବୈଶାଖୀ: କଟକ ଜଳାର୍ଣ୍ଣବ

କଟକ ଅଫିସ, ୬ା୬: କଟକର ବିଭିନ୍ନ ସ୍ଥାନରେ ବୁଧବାର କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ସନ୍ଧ୍ୟା ୬ଟା ୩୦ରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ଜୋରରେ ପବନ ବହିବା ସହ ଘଡଘଡି ଓ ପ୍ରବଳ ବର୍ଷା ହୋଇଥିଲା। ଏଥିଯୋଗୁ ଉକ୍ତ ୪ ଘଣ୍ଟା ସହରରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଥିଲା। ବର୍ଷା ଯୋଗୁ ସହରର ଷ୍ଟୁଆର୍ଟପାଟଣା, ପଟାପୋଲ, ସୂତାହାଟ, ରକ୍ସିଲେନ୍‌, ରାଉସାପାଟଣା, ମେରିଆ ବଜାର, କେଶରପୁର, ଅରୁଣୋଦୟ ମାର୍କେଟ୍‌ ଆଦି ଅଞ୍ଚଳରେ ପାଣି ଜମି ରହିଥିବା ଦେଖିବାକୁ ମିଳିଥିଲା। ଫଳରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସହରର ବିଭିନ୍ନ ସ୍ଥାନରେ ଜାଇକା କାର୍ଯ୍ୟ ଚାଲିଥିବାରୁ ରାସ୍ତାକଡରେ ମାଟି ଗଦା ହୋଇଥିଲା। ହେଲେ ବର୍ଷାଯୋଗୁ ଏହି ମାଟି ଧୋଇଯାଇ ରାସ୍ତା ଉପରକୁ ଚାଲି ଯାଇଥିଲା। ବର୍ଷା ଛାଡିଯିବା ପରେ ଯାତାରେ ସମସ୍ୟା ହୋଇଥିଲା। ଲିଙ୍କ୍‌ରୋଡରୁ ବାଦାମବାଡି ରାସ୍ତାରେ ଏଭଳି ଦୃଶ୍ୟ ବୁଧବାର ଦେଖିବାକୁ ମିଳିଥିଲା। ଏଥିରୁ ବାଦ୍‌ ପଡି ନ ଥିଲା ଏସ୍‌ସିବି ମେଡିକାଲ। କାଳବୈଶାଖୀ ଯୋଗୁ ଏସ୍‌ସିବି ମେଡିକାଲ କାଜୁଆଲ୍‌ଟି ସମେତ ବିଭିନ୍ନ ଓ୍ବାର୍ଡ ପାଖାପାଖି ୪୫ ମିନିଟ୍‌ ଅନ୍ଧାରରେ ରହିଥିଲା। କାଜୁଆଲ୍‌ଟିରେ ଲାଗିଥିବା ଡିଜିସେଟ୍‌ କାମ ନ କରିବାରୁ ରୋଗୀସେବା ଗୁରୁତର ବାଧାପ୍ରାପ୍ତ ହୋଇଥିବା ଜଣାପଡିଛି। ସେହିପରି କାଜୁଆଲ୍‌ଟି ଉପର ମହଲାରେ ଥିବା ଟ୍ରମା ଓ ସେଣ୍ଟ୍ରାଲ ଆଇସିୟୁ ଅନ୍ଧାର ରହିବା ଯୋଗୁ ରୋଗୀଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏସ୍‌ସିବିରେ ଲାଗିଥିବା ଡିଜି ସେଟ୍‌ ରକ୍ଷଣାବେକ୍ଷଣ ପାଇଁ ୟୁଜର୍ସ ପାଣ୍ଠିରୁ ବହୁ ଟଙ୍କା ବ୍ୟୟ କରାଯାଉଥିଲେ ମଧ୍ୟ ଏଭଳି ସମୟରେ ଡିଜି ସେଟ୍‌ କାମ ନ ଦେବାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri