କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ଭେଟିଲେ ବିଧାୟକ

ପବିତ୍ରନଗର/କଣିହାଁ, ୪ା୬(ଡି.ଏନ.ଏ.)

ଅନୁଗୋଳ ଜିଲା କଣିହାଁ ବ୍ଲକରେ ଗତ ଗୁରୁବାର ଓ ଶୁକ୍ରବାର କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସୋମବାର ପାଲଲହଡ଼ା ବିଧାୟକ ମୁକେଶ ପାଲ ବିଭିନ୍ନ ଗ୍ରାମକୁ ଯାଇ କ୍ଷତିଗ୍ରସ୍ତଙ୍କୁ ଭେଟିଛନ୍ତି। ବିଧାୟକ ପ୍ରଥମେ ବୁରୁକୁନା ପଞ୍ଚାୟତର ଶରଧାପୁର ଗ୍ରାମରେ କନକେଶ୍ୱରୀ ପୀଠକୁ ଯାଇ ମା’ଙ୍କ ଦର୍ଶନ କରିଥିଲେ। ପରେ ଝୁଲାଖୁଣ୍ଟିଆ ଗ୍ରାମରେ ମା’ ମଙ୍ଗଳାକୁ ଦର୍ଶନ କରି ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ଭେଟିଥିଲେ। କ୍ଷତିଗ୍ରସ୍ତ ହରିଜନସାହିର ଲୋକଙ୍କ ସହ କ୍ଷୟକ୍ଷତି ନେଇ ଆଲୋଚନା କରିଥିଲେ। ପରେ ମହୀଧରପୁର, ବୁରୁକୁନା ଗ୍ରାମକୁ ଯାଇଥିଲେ। ବିଧାୟକ ପାଲ ରାଜସ୍ବ ବିଭାଗ ଅଧିକାରଙ୍କୁ ଯୋଗାଯୋଗ କରି ତୁରନ୍ତ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ସେହିପରି କଣିହାଁ ବ୍ଲକ ହନୁମାନପୁର ପଞ୍ଚାୟତ ଖଜୁରିଆ ଗ୍ରାମର ତେଲୁ ସାହୁଙ୍କ ଘର ଉପରେ ଶୁକ୍ରବାର ସନ୍ଧ୍ୟାରେ ଗଛ ପଡିବାରୁ ସ୍ତ୍ରୀ ଚଞ୍ଚଳା ସାହୁଙ୍କ ମୃତ୍ୟୁ ଘଟିଥିଲା। ବିଧାୟକ ପାଲ, କଣିହାଁ ବିଡିଓ ରମେଶ ଜେନା ପ୍ରମୁଖ ମୃତକଙ୍କ ପରିବାରକୁ ଭେଟିଥିଲେ। ତାଙ୍କୁ ସମବେଦନା ଜଣାଇବା ସହ ଖୁବଶୀଘ୍ର ସରକାରୀ ସହାୟତା ପ୍ରଦାନ କରାଯିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ କେତେଜଣ ସାମାଜିକ କର୍ମୀ ଓ ବିଜୁ ଯୁବ ବାହିନୀ ସଦସ୍ୟ ତାଙ୍କ ଘର ଉପରୁ ଗଛ ହଟାଇଥିବା ଜଣାପଡିଛି। ବିଧାୟକଙ୍କ ଏହି ପରିଦର୍ଶନ ବେଳେ କଣିହାଁ ବ୍ଲକ ବିଜେଡି ସଭାପତି କୈଳାସ ଚନ୍ଦ୍ର ସାହୁ, ପୂର୍ବତନ ସମିତି ସଭ୍ୟ ଯୁଗଳ କିଶୋର ସାହୁ, ବିଜେଡି କର୍ମୀ ସୁବାସ ମହାନ୍ତି, ଦୁର୍ଯ୍ୟୋଧନ ସାହୁ, ନୃସିଂହ ଚରଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri