କାଳବୈଶାଖୀ ପ୍ରଭାବ: ଗଛ ପଡ଼ି ଜଣେ ମୃତ, ୧୦ ଆହତ

ନୟାଗଡ଼ ଅଫିସ,୧୪।୬: ନୟାଗଡ଼ ଜିଲା ସଦର ବ୍ଲକ ନବଘନପୁର ପଞ୍ଚାୟତ ଲଡ଼ୁକିଶୋରପୁର ଗ୍ରାମରେ ଗୁରୁବାର ରାତିରେ କାଳବୈଶାଖୀରେ ଗଛ ପଡ଼ିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଲଡୁକିଶୋରପୁର ୪ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର ରୂପା ବେହେରାଙ୍କ ସ୍ବାମୀ ରବୀନ୍ଦ୍ର କୁମାର ବେହେରା। ରାମଚନ୍ଦ୍ର ପରିଡ଼ା, ଦିଲୀପ ସାହୁଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି।
ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଉକ୍ତ ଅଞ୍ଚଳରେ କାଳବୈଶାଖୀ ହୋଇଥିଲା। ଗରମ ହେଉଥିବାରୁ ରବୀନ୍ଦ୍ରଙ୍କ ସମେତ ଆଉ କେତେଜଣ ଲୋକ ଗ୍ରାମର କୋଠ ଘରେ ବିଶ୍ରାମ ନେଇଥିଲେ। ଏହି ସମୟରେ ଏକ କଇଁଆ ଗଛ ଭାଙ୍ଗି କୋଠ ଘରଉପରେ ପଡ଼ିଯାଇଥିଲା। ରବୀନ୍ଦ୍ରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଆହତମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପରେ ଘରକୁ ପଠାଯାଇଛି। ରବୀନ୍ଦ୍ରଙ୍କର ମୃତଦେହ ବ୍ୟବଚ୍ଛେଦ ପରେ ଗ୍ରାମ ଶ୍ମଶାନରେ ସତ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri