କାଳବୈଶାଖୀ: ମେଡିକାଲରେ ପଶିଲା ପାଣି

ପାଲଲହଡ଼ା/ଛେଣ୍ଡିପଦା/ ବଅଁରପାଳ/ମାଧପୁର/ କଣିହାଁ/ ଅନୁଗୋଳ ଅଫିସ, ୨୨।୪(ଡି.ଏନ.ଏ.) – ଅନୁଗୋଳ ଜିଲାରେ ମଙ୍ଗଳବାର କାଳବୈଶାଖୀ ବର୍ଷା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ସନ୍ଧ୍ୟାରେ ହୋଇଥିବା ପବନ ସହ ବର୍ଷା ଯୋଗୁ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟର ସ୍ବତନ୍ତ୍ର କ୍ୟାବିନ୍‌ରେ ପାଣି ପଶିଯାଇଥିଲା। ଫଳରେ ସେଠାରେ ଥିବା ଜଣେ ପ୍ରସୂତି ଓ ତାଙ୍କ ସନ୍ତାନ ଅସୁବିଧାର ସମ୍ମୁଖୀନ ହୋଇଥିବା ମହିଳାଙ୍କ ସ୍ବାମୀ ମାନସ ସାହୁ ଅଭିଯୋଗ କରିଛନ୍ତି। ସେହିପରି ଛେଣ୍ଡିପଦା ବ୍ଲକ ତେଣ୍ଟୁଲୋଇ କୋଡାସାହି ପଞ୍ଚାୟତ ହାଣ୍ଡିଗୋଡ଼ା ଛକରେ ଥିବା କେତେକ ଦୋକାନର ଆଜବେଷ୍ଟସ୍‌ ଉଡ଼ିଯାଇଛି। ବଅଁରପାଳ ଥାନା ବୁଢାପଙ୍କ ଗ୍ରାମରେ ଏକ ତାଳଗଛ ଉପୁଡ଼ି ପଡ଼ିବାରୁ ରାସ୍ତାରେ ଯାଉଥିବା ଯୁବକ ବତ୍ସବ ସାମଲ ଗୁରୁତର ହୋଇଛନ୍ତି। ଆଠମଲ୍ଲକ ବ୍ଲକ ମାଧପୁର ଅଞ୍ଚଳରେ ଡାଳୁଅ ଧାନ ନଷ୍ଟ ହୋଇଥିବା ବେଳେ ତିତିରିକଟା ଗ୍ରାମର ରାଜେନ୍ଦ୍ର ପ୍ରଧାନଙ୍କ ୨ଟି ଗୋରୁଙ୍କ ବଜ୍ରପାତରେ ମୃତ୍ୟୁ ହୋଇଛି। କଣହିଁା ବ୍ଲକ ଅଞ୍ଚଳରେ ପରିବା ଚାଷ କ୍ଷୟଗ୍ରସ୍ତ ହୋଇଛି। ଅନୁଗୋଳ ବିଇଡି ଛକରେ ଏକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri