କାଳବୈଶାଖୀରେ ଉଡ଼ିଗଲା ସ୍କୁଲ ଆଜବେଷ୍ଟସ

ବଇଣ୍ଡା,୧୦।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକରେ ସୋମବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବା ଯୋଗୁ ବହୁ କ୍ଷତି ହୋଇଛି। ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାଳୟ ଶ୍ରେଣୀ ଗୃହ ଛପର ଉଡ଼ିଯାଇଥିବାବେଳେ ଅନେକ ଘରର ଚାଳ ଛପର ଉଡ଼ିଯାଇଛି। ସେହିପରି ହଣ୍ଡପା ଛକରେ ଦେଇଥିବା ଉଠା ଦୋକାନୀଙ୍କ ସହ କେନ୍ଦୁପତ୍ର କାର୍ଯ୍ୟାଳୟର ଆଜବେଷ୍ଟସ ମଧ୍ୟ ଉଡ଼ିଯାଇ କ୍ଷତିଗ୍ରସ୍ତ ହୋଇଛି।
ସେହିପରି ଆଠମଲ୍ଲିକ ରୋଡ଼ ବଇଣ୍ଡା ନିକଟସ୍ଥ ଶଙ୍ଖାରି ସାହିଠାରେ ଗଛ ଡାଳ ଭାଙ୍ଗି ବିଦ୍ୟୁତ୍‌ ତାର ଉପରେ ପଡ଼ିବାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ନୁନୁକାପଶି ଗ୍ରାମରେ ବଜ୍ରପାତରେ ଏକ ତାଳଗଛ ଜଳିଯାଇଛି। ଅନେକ ଉଠା ଦୋକାନୀଙ୍କ ଆଜବେଷ୍ଟସ ଗୃହ ଉଡ଼ିଯାଇ କ୍ଷତିଗ୍ରସ୍ତ ହୋଇଛି। ବାରମ୍ବାର ପ୍ରାକୃତିକ ଝ଼ଡରେ ସାଧାରଣ ଲୋକ ବ୍ୟାପକ କ୍ଷତିଗ୍ରସ୍ତ ହେଉଥିଲେ ମଧ୍ୟ ସେମାନଙ୍କୁ ପ୍ରଶାସନ ପକ୍ଷରୁ କ୍ଷତିପୂରଣ ଯୋଗାଇ ଦିଆଯାଉ ନ ଥିବା ଯୋଗୁ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ କ୍ଷତିପୂରଣ ଯୋଗାଇଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri