କାଳିଆ ଟଙ୍କା ମିଳିବ କହି ଠକେଇ

ଦିଗପହଣ୍ଡି,୬ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୈଠଡା ପଞ୍ଚାୟତରେ ଜଣେ ମହିଳାଙ୍କୁ କାଳିଆ ଟଙ୍କା ମିଳିବ କହି ଦୁର୍ବୃତ୍ତ ଟଙ୍କା ଓ ସୁନା ଗହଣା ଠକି ନେଇଛନ୍ତି। ଠକେଇର ଶିକାର ହୋଇଛନ୍ତି ଓଡ଼ସିଙ୍ଗୀ ଗଁାର ଲକ୍ଷ୍ମୀ ରେଡ୍ଡୀ।ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଲକ୍ଷ୍ମୀଙ୍କ ଘରକୁ ଜଣେ ଯୁବକ ଆସି ନିଜକୁ କୃଷି କାର୍ଯ୍ୟାଳୟ କର୍ମଚାରୀ ପରିଚୟ ଦେଇଥିଲେ। ତୁମର କାଳିଆ ଯୋଜନାରେ ୭୦ ହଜାର ଟଙ୍କା ବ୍ୟାଙ୍କକୁ ଆସିଛି। ପ୍ରଥମେ ୧୨ ହଜାର ୫ ଶହ ଟଙ୍କା ଜମା କରିବାକୁ ହେବ। ତୁମର ସୁନା ଅଳଙ୍କାରର ମୂଲ୍ୟ ଓ ଓଜନ ଲେଖାଥିବା ରଶିଦ ଦେବାକୁ ପଡ଼ିବ କହି ନିକଟସ୍ଥ ପଦ୍ମନାଭପୁର ଗ୍ରାମସ୍ଥିତ ଏକ ବ୍ୟାଙ୍କକୁ ବାଇକରେ ବସାଇ ନେଇଥିଲେ। ମହିଳା ଜଣକ ପ୍ରଥମେ ଘରେ ରଖିଥିବା ୫ ହଜାର ଟଙ୍କା ଓ ପରେ ବ୍ୟାଙ୍କ ଜମାଖାତାରୁ ଉଠାଇ ୭ ହଜାର ୫ ଶହ ଟଙ୍କା ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦେଇଥିଲେ। ପରେ ସୁନା ଅଳଙ୍କାର ଓଜନ ଓ ମୂଲ୍ୟ ସମ୍ପର୍କିତ ରଶିଦ ଆବଶ୍ୟକ କହିବାରୁ ମହିଳା ଜଣକ ପିନ୍ଧିଥିବା ସୁନା କାନଫୁଲ ଓଜନ କରି ରଶିଦ ଆଣିବାକୁ ତାଙ୍କୁ ଦେଇଥିଲେ। ଦୁର୍ବୃତ୍ତ ଜଣକ ମହିଳାଙ୍କୁ ଆଧାର କାର୍ଡ ଜେରକ୍ସ ପାଇଁ ନିକଟସ୍ଥ ଦୋକାନକୁ ପଠାଇଥିଲେ। ଜେରକ୍ସ କରି ଫେରିବାବେଳକୁ ଦୁର୍ବୃତ୍ତ ଜଣକ ସେଠାରୁ ବାଇକ ଯୋଗେ ଫେରାର ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ ପତ୍ତା ନମିଳିବାରୁ ମହିଳା ଜଣକ ଦିଗପହଣ୍ଡି ଥାନାରେ ପହଞ୍ଚତ୍ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri