କାଳିଆ ଯୋଜନା ହିତାଧିକାରୀଙ୍କ ଯାଞ୍ଚ:ଧରାପଡ଼ିଲେଣି ୪୨୪ ଅଯୋଗ୍ୟ

କବିସୂର୍ଯ୍ୟନଗର,୧୮ା୮-କାଳିଆ ଯୋଜନାରେ ଶତ ପ୍ରତିଶତ ଯୋଗ୍ୟ ହିତାଧିକାରୀ ଯେଭଳି ସହାୟତା ପାଇବେ ସେ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ତେଣୁ ପୂର୍ବରୁ ହୋଇଥିବା ତାଲିକାରୁ ଯୋଗ୍ୟ, ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ପ୍ରକ୍ରିୟା ଚାଲିଛି। ଆସନ୍ତା ୨୭ ପର୍ଯ୍ୟନ୍ତ ଯାଞ୍ଚ କରାଯାଇ ୨୯ରେ ବ୍ଲକସ୍ତରରେ ଓ ୩୧ ତାରିଖରେ ଜିଲାସ୍ତରରେ ହିତାଧିକାରୀ ତାଲିକା ଚୂଡ଼ାନ୍ତ ହୋଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗକୁ ପଠାଯିବାକୁ ସ୍ଥିର ହୋଇଛି ।
କବିସୂର୍ଯ୍ୟନଗର ବ୍ଲକରେ ଗତ ୧୬ ତାରିଖ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ତଦନ୍ତରେ ୧୨ ହଜାର ୫୫୩ ଜଣ ଯୋଗ୍ୟ ଥିବାବେଳେ ୪୨୪ ଜଣ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା ଅନ୍‌ଲାଇନରେ ଜାଣିବାକୁ ମିଳିଛି । ଦ୍ୱିତୀୟ ପର୍ଯ୍ୟାୟରେ ୧୭,୮୪୨ ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ କରାଯିବ ବୋଲି ନୋଡାଲ ଅଧିକାରୀ ବିଡିଓ ବାସୁଦେବ ନାୟକ ସୂଚନା ଦେଇଛନ୍ତି। ସରକାରଙ୍କ ଏପରି ନୀତିକୁ ନେଇ ଜନସାଧାରଣ ଓ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି । ସରକାରଙ୍କ ଧାର୍ଯ୍ୟ ତାରିଖ ପୂର୍ବରୁ ଅଯୋଗ୍ୟ ହିତାଧିକାରୀ ପଞ୍ଚାୟତରେ ଲଟକା ଯାଇଥିବା ତାଲିକାକୁ ଦେଖି ନେଇଥିବା ଟଙ୍କା ନ ଫେରାଇଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଡାଲ ଅଧିକାରୀ କହିଛନ୍ତି । ପ୍ରକୃତ ହିତାଧିକାରୀ କାଳିଆ ଯୋଜନାରୁ ବଞ୍ଚିତ ଥିବା ବେଳେ ଧନୀକ ଶ୍ରେଣୀ, ସରକାରୀ ଚାକିରିଆ ଓ ଗୋଟିଏ ପରିବାରର ୪/୫ ଜଣ ସହାୟତା ନେଇଥିବା ଦେଖିବାକୁ ମିଳିଛି । ଯାଞ୍ଚ ଶେଷ ସୁଦ୍ଧା ବ୍ଲକରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ୨ ହଜାରରୁ ଊର୍ଦ୍ଧ୍ୱ ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri