Posted inଭଦ୍ରକ

କାଳିଆ ଯୋଜନାରୁ ବାଦ୍‌ ପଡ଼ିବେ ଅଯୋଗ୍ୟ ହିତାଧିକାରୀ

ତିହିଡ଼ି, ୬।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକର ବିଭିନ୍ନ ପଞ୍ଚାୟତରେ କାଳିଆ ଯୋଜନାରେ ବହୁ ଅଯୋଗ୍ୟ ହିତାଧିକାରୀ ସାମିଲ ହୋଇଛନ୍ତି। ସେମାନେ ପ୍ରଥମ କିସ୍ତିରେ ୫ ହଜାର ଲେଖାଏ ଟଙ୍କା ପାଇସାରିଛନ୍ତି। ତେବେ ସେହି ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ଯୋଜନାରୁ ବାଦ୍‌ କରାଯିବ ବୋଲି ସୋମବାର ତିହିଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା କୃଷି ଅଫିସ୍‌ ଗୃହରେ କାଳିଆ ଯୋଜନାକୁ ନେଇ ଅନୁଷ୍ଠିତ ବୈଠକରେ ସ୍ଥିର ହୋଇଛି। ଏ ନେଇ ବ୍ଲକ କମିଟି ଓ ପଞ୍ଚାୟତ କମିଟି ମଧ୍ୟ ଗଠିତ ହୋଇଛି। ବ୍ଲକ କମିଟିରେ ତହସିଲଦାର, ବିଡିଓ, ବ୍ଲକ ସହକାରୀ କୃଷି ଅଧିକାରୀ, ପ୍ରାଣୀ ଚିକିତ୍ସାଧିକାରୀ ପ୍ରମୁଖ ଥିବାବେଳେ ପଞ୍ଚାୟତ କମିଟିରେ ରାଜସ୍ବ ନିରୀକ୍ଷକ, ଗ୍ରାମ୍ୟ କୃଷି କର୍ମଚାରୀ, ପ୍ରାଣୀଧନ ନିରୀକ୍ଷକ, ସରପଞ୍ଚ ଓ ସମିତିସଭ୍ୟ ଅଛନ୍ତି। ପଞ୍ଚାୟତ କମିଟି ଯୋଜନାରେ ସାମିଲ ହୋଇଥିବା ହିତାଧିକାରୀ ଯୋଗ୍ୟ କି ଅଯୋଗ୍ୟ ସେନେଇ ତଦନ୍ତ କରି ଆସନ୍ତା ୧୫ ତାରିଖ ମଧ୍ୟରେ ବ୍ଲକ କମିଟିକୁ ରିପୋର୍ଟ ଦେବ। ବ୍ଲକ କମିଟି ଏହାକୁ ଅନୁଧ୍ୟାନ କରି ଜିଲା କମିଟିକୁ ପଠାଇବ ବୋଲି ବୈଠକରେ କୁହାଯାଇଥିଲା।
ବିଭିନ୍ନ ଗ୍ରାମରେ ଗୋଟିଏ ପରିବାର ଏକାଧିକ ସଦସ୍ୟ, ଚାକିରିଆ ଥିବା ପରିବାର, ଧନୀକ ଶ୍ରେଣୀର ଲୋକ, ଗଁାରେ ରହୁ ନ ଥିବା ପରିବାର ପ୍ରମୁଖ ଏହି ଯୋଜନାରେ ସାମିଲ ହୋଇଛନ୍ତି। ଏହାକୁ ପଞ୍ଚାୟତ କମିଟି ତଦନ୍ତ କରି ଠିକ୍‌ ରିପୋର୍ଟ ପ୍ରଦାନ କରିବ। ବୈଠକରେ ସହକାରୀ କୃଷି ଅଧିକାରୀ ଅନ୍ତର୍ଯ୍ୟାମୀ ଧୀର୍‌ ପୌରୋହିତ୍ୟ କରିଥିଲେ। ତହସିଲଦାର ଅନିତା ନାୟକ, ବ୍ଲକ ଅଧ୍ୟକ୍ଷା ବିଦ୍ୟୁତଲତା ନାୟକ, ବିଡିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ପ୍ରାଣୀ ଚିକିତ୍ସାଧିକାରୀ ରଞ୍ଜନ କୁମାର ଦାସ, ଉଦ୍ୟାନ ବିଭାଗ ଅଧିକାରୀ ଉର୍ମିଳା ମହାନ୍ତି ଓ ପ୍ରିୟଙ୍କା ପ୍ରିୟଦର୍ଶିନୀ ରାଉତଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri