କାଳିଆ ଯୋଜନାରେ ଚାଲିଛି ରାଜନୀତି:ବାଦ୍‌ ପଡୁଛନ୍ତି ଯୋଗ୍ୟ ହିତାଧିକାରୀ

ଖୋର୍ଦ୍ଧା ଅଫିସ,୪ା୯:ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଖୋର୍ଦ୍ଧାର ମଙ୍ଗଳା ମଣ୍ଡପଠାରେ ଜିଲାସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ସୁରେଶ ମାନସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ ସଭାରେ ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ, ମନୱର ଅଲ୍ଲି, ଚାଷୀ ନେତା ରମେଶ ସ୍ବାଇଁ, ଜୟନ୍ତ ତ୍ରିପାଠୀ, ହାଡିବନ୍ଧୁ ମହାରଣା, ନିରଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇ କହିଥିଲେ କାଳିଆ ଯୋଜନାରେ ରାଜନୀତି ଚାଲିଛି। ଯୋଜନା ହେଲା ଚାଷୀଙ୍କ ନଁାରେ, ଫାଇଦା ନେଲେ ରାଜନୈତିକ ଦଳର କର୍ମୀ। ନିର୍ବାଚନ ପୂର୍ବରୁ ଭୋଟ ଲାଗି କାଳିଆ ଯୋଜନାରେ ଆଖିବୁଜା ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରାଗଲା। ଯୋଗ୍ୟ ଅଯୋଗ୍ୟ ଖୋଜା ଗଲାନି। ସମସ୍ତଙ୍କୁ ୫ ହଜାର ଟଙ୍କା ଦିଆଗଲା। ତେବେ ଯୋଗ୍ୟ ପାଇଲେନି, ଅଯୋଗ୍ୟ ନେଇଗଲେ ମଧ୍ୟ ସରକାର ହାତ ଟେକି ଦେଲେ। ବିରୋଧୀ ଦଳ ବାରମ୍ବାର ଅନିୟମିତତା ନେଇ ପ୍ରଶ୍ନ ଉଠାଇଲେ ମଧ୍ୟ ସରକାର ଶୁଣିଲେନି। ସରକାର ଚାଷୀଙ୍କ ଜୀବନଜୀବିକା ସହ ଖେଳିଲେ। ଭୋଟ ଶେଷ ପରେ ସରକାର ସେହି ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରି ବାଦ୍‌ ଦେଲେ। ତେବେ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦେବାକୁ ନବ ନିର୍ମାଣ କୃଷକ ସଙ୍ଗଠନ ସ୍ବାଗତ କରିଛି। କିନ୍ତୁ ଅଯୋଗ୍ୟ ନଁାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦେବା ଠିକ୍‌ ନୁହେଁ। ଯାହାକି ଚାଷୀ ଆନ୍ଦୋଳନ ପାଇଁ ପ୍ରୋତ୍ସାହନ ଯୋଗାଇ ଚାଲିଛି। ଏଭଳିସ୍ଥଳେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦେଉଥିବା କର୍ମଚାରୀଙ୍କୁ ଦଣ୍ଡବିଧାନ କରାଯାଉ। ବାଦ୍‌ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରି କାଳିଆ ଯୋଜନା ଅର୍ଥ ଦିଆଯାଉ। ସେହିପରି ଚାଷୀଙ୍କ ପ୍ରସ୍ତାବଗୁଡିକୁ ଶୀଘ୍ର କେନ୍ଦ୍ର ସରକାରଙ୍କୁ ରାଜ୍ୟ ସରକାର ପ୍ରଦାନ କରନ୍ତୁ ବୋଲି ଦାବି କରାଯାଇଛି। ଅପରପକ୍ଷେ କାଳିଆ ଯୋଜନାର ଅନିୟମିତତାକୁ ନେଇ ସେପ୍ଟେମ୍ବର ୨୦ରେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ସେହିପରି ନଭେମ୍ବର ୬ରେ ବରମୁଣ୍ଡାରେ ସର୍ବଭାରତୀୟ ସମ୍ମିଳନୀ ହେବ। ଏଥିପାଇଁ ଗଁା ଓ ସହରରୁ ପାଣ୍ଠି ସଂଗ୍ରହ କରାଯିବା ସହ ସମ୍ମିଳନୀ ଏବଂ ଆନ୍ଦୋଳନକୁ ସଫଳ କରିବାକୁ ସମସ୍ତଙ୍କର ସହଯୋଗ ଲୋଡା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri