‘କାଳିଆ ଯୋଜନା’ରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀ ଚିହ୍ନଟ: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ସରିଛି। ଇତିମଧ୍ୟରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ୨୭ ତାରିଖ ସୁଦ୍ଧା ପଞ୍ଚାୟତସ୍ତରରେ ଏବଂ ୩୧ ତାରିଖ ସୁଦ୍ଧା ବ୍ଲକ ଓ ଜିଲାସ୍ତରରେ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ କାର୍ଯ୍ୟ ସରିବ। ତେବେ ରାଜ୍ୟରେ ୫୧ ଲକ୍ଷ ଚାଷୀ କାଳିଆ ଯୋଜନାରେ ସାମିଲ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬ ଲକ୍ଷ ୮୮ ହଜାର ଚାଷୀଙ୍କ ଯାଞ୍ଚ ସରିଛି। ଚୂଡ଼ାନ୍ତ ରିପୋର୍ଟ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଗୁରୁବାର କାଳିଆ ଯୋଜନାର ସମୀକ୍ଷାକୁ ନେଇ ଆୟୋଜିତ ବୈଠକ ଶେଷ ହେବା ପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ ସାହୁ ଏହା କହିଛନ୍ତି।

ପ୍ରକାଶଯୋଗ୍ୟ, ରାଜ୍ୟ ସରକାରଙ୍କ ‘କାଳିଆ ଯୋଜନା’ରେ ୩୦ ଲକ୍ଷ ଚାଷୀଙ୍କୁ ୫ଟି ଫସଲ ପାଇଁ ୨୫ ହଜାର ଟଙ୍କା, ୧୦ ଲକ୍ଷ ଭୂମିହୀନ ଚାଷୀଙ୍କୁ ୧୨ ହଜାର ୫୦୦ ଟଙ୍କା ଲେଖାଏ ଦେବା ଲାଗି ଯୋଜନା ରହିଛି। ଏତଦ୍‌ବ୍ୟତୀତ ୫ ଲକ୍ଷ ଅସହାୟ ଚାଷୀ ପରିବାରକୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବାଦରେ ଉପହାସ

ବିଶ୍ୱବିଖ୍ୟାତ ଔପନ୍ୟାସିକ ଚେକୋସ୍ଲୋଭାକିଆର ମିଲାନ କୁଣ୍ଡେରା ଅନେକ ବର୍ଷ ପୂର୍ବେ କହିଥିଲେ- ଯେତେବେଳେ କ୍ଷମତାରେ ଥିବା ଶକ୍ତିଶାଳୀ ଲୋକଙ୍କୁ ଦେଖି ସାଧାରଣ ନାଗରିକ ଉପହାସ କରିଥାନ୍ତି, ସେତେବେଳେ…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri