କାଳିଆହତା ଫରେଷ୍ଟ ବିଟ ଅଞ୍ଚଳରେ ୪ ହାତୀଙ୍କ ଉପଦ୍ରବ: ଘର ଭାଙ୍ଗିବା ସହ ଧାନ ଚାଉଳ ଖାଇଥିବା ଅଭିଯୋଗ

ତେଲକୋଇ, ୩।୯(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନର କାଳିଆହତା ଫରେଷ୍ଟ ବିଟ ଅଞ୍ଚଳରେ ହାତୀ ପଲ ଘର ଭାଙ୍ଗିଛନ୍ତି। ଉକ୍ତ ଅଞ୍ଚଳର ରାଇସୁଆ ପଞ୍ଚାୟତ ଅଧୀନ ନୂଆଗାଁରେ ଗତ ସୋମବାର ୪ଟି ହାତୀ ଗ୍ରାମରେ ପଶି ଘର ଭାଙ୍ଗିବା ସହିତ ଘରୁ ଧାନ ଚାଉଳ ଖାଇ ଦେଇଥିବା ଅଭିଯୋଗ ହୋଇଛି। ନୂଆଁଗା ଗ୍ରାମର ଲକ୍ଷ୍ମଣ ଟୁଡୁ ,ମୋହନ ହେମ୍ବ୍ରମ, ଗାଗାରାଇ ସିଙ୍ଗରାଙ୍କ ଘର ଭାଙ୍ଗିଥିବା ଅଭିଯୋଗରେ ଦର୍ଶାଯାଇଛି। ତେବେ ହାତୀ କବଳରୁ ଉକ୍ତ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଅଞ୍ଚଳରେ ହାତୀ ରହିବା ସହିତ ଧାନ କ୍ଷେତ ଓ ରାତି ସମୟରେ ଗ୍ରାମରେ ପଶୁଥିବା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ବନାଞ୍ଚଳ ଅଧିକାରୀ ଏହି ଅଞ୍ଚଳର ହାତୀ ପଲଙ୍କ ଯାତାୟାତ ପାଇଁ ଉଦ୍ୟମ କରୁଥିବା ପିତାମ୍ବର ନାୟକ କହିଛନ୍ତି । ତେବେ ବଣୁଆ ହାତୀ ଜଙ୍ଗଲ ମଧ୍ୟରେ ରହୁଥିବା ବେଳେ ଜଙ୍ଗଲ ଅଧୀନରେ ଥିବା ବସ୍ତିଙ୍କୁ ଜଙ୍ଗଲ ସୁରକ୍ଷା କମିଟି ମାଧ୍ୟମରେ ସଚେତନତା କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri