କାଳ୍ପନିକ ଦୁନିଆ

ଗାନ୍ଧୀବାଦ ଆଜିି ପଥ ଭ୍ରଷ୍ଟ। ଏହାକୁ କେତେକେ ଅପବ୍ୟବହାର କରୁଛନ୍ତି। ଗାନ୍ଧୀବାଦ ଆଜି ଦୋଛକିରେ ଠିଆ ହୋଇଛି। ଏପରି ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ନାଟକ ‘କାଳ୍ପନିକ ଦୁନିଆ’ ନିକଟରେ ସିଏମ୍‌ବିଡି ଟ୍ରଷ୍ଟ, ଭୁବନେଶ୍ୱର ଦ୍ୱାରା ଆୟୋଜିତ ଇନ୍ଦ୍ରଧନୁ ନାଟକ ଉତ୍ସବରେ ମଞ୍ଚସ୍ଥ ହୋଇ ପ୍ରଶଂସିତ ହୋଇଛି। ଭୁବନେଶ୍ୱରସ୍ଥ ପ୍ରିୟଦର୍ଶିନୀ ଡ୍ୟାନ୍ସ ମ୍ୟୁଜିକ ଆଣ୍ଡ ନାଟକ ସମାଜ ପକ୍ଷରୁ ପରିବେଷିତ ଏହି ନାଟକରେ କଳାକାରଙ୍କ ଅଭିନୟ ନାଟକଟିକୁ ସଫଳ କରାଇବାରେ ଯଥେଷ୍ଟ ସହାୟକ ହୋଇଥିଲା। ନାଟକକୁ ରଚନା କରିବା ସହ ନିର୍ଦ୍ଦେଶନା ଦେଇଥିଲେ ବିଜୟ ସିଂ। ବିନୟ-ମମତା ସଙ୍ଗୀତ ଦାୟିତ୍ୱକୁ ବେଶ୍‌ ସୁଚାରୁ ରୂପେ ତୁଲାଇଥିଲେ। ମୃତ୍ୟୁଞ୍ଜୟ ପଣ୍ଡା (ବୁଲୁ)ଙ୍କ ବୈଷୟିକ ନିର୍ଦ୍ଦେଶନା କୌଣସି ଗୁଣରେ କମ୍‌ ନ ଥିଲା। ନାଟକର ବିଭିନ୍ନ ଭୂମିକାରେ ଜ୍ୟୋତି ପଣ୍ଡା, ମାନସ ମିଶ୍ର, ମମତା ମହାନ୍ତି, ସତ୍ୟ ପ୍ରକାଶ ମହାରଣା, ବବଲୁ, ସିଲୁ, ଶରତ ସମ୍ରାଟ, ଦିବ୍ୟା ଭାରତୀ, ସୁରେଶ ଏବଂ ମୃତ୍ୟୁଞ୍ଜୟ ପଣ୍ଡା ଅଭିିନୟ କରିଥିଲେ। ହୃଦୟସ୍ପର୍ଶୀ ଉପସ୍ଥାପନା ଅଡିଟୋରିୟମରେ ଉପସ୍ଥିତ ଦର୍ଶକକୁ ଶେଷ ପର୍ଯ୍ୟନ୍ତ ବସି ନାଟକ ଦେଖିବାକୁ ଏକରକମ ବାଧ୍ୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri