କାଶିଆ-କେନ୍ଦୁଘାଟୀ ସେତୁ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର, ୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତର କାଶିଆଠାରୁ କେନ୍ଦୁଘାଟି ପର୍ଯ୍ୟନ୍ତ ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ କାର୍ଯ୍ୟକାରୀ କରିବାକୁ ସ୍ଥାନୀୟ ଲୋକେ ସୋମବାର ଜିଲାପାଳଙ୍କ ନିକଟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସମସ୍ୟାକୁ ନେଇ ଜନସାଧାରଣଙ୍କ ତରଫରୁ ଉଚ୍ଚନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାଏର ହୋଇଥିଲା। ମାନ୍ୟବର ଉଚ୍ଚ ନ୍ୟାୟାଳୟ ୮ ସପ୍ତାହ ମଧ୍ୟରେ ସେତୁ ନିର୍ମାଣ କାର୍ଯ୍ୟ ପାଇଁ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସେତୁ କାର୍ଯ୍ୟ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଇନାହିଁ। ସୂଚନାଯୋଗ୍ୟଯେ, ବର୍ଷାଦିନେ କେନ୍ଦୁଘାଟୀ ଗଁାର ଲୋକେ ମୁଖ୍ୟାଳୟଠାରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଅବସ୍ଥାରେ ରହିବା କିଛି ନୂଆକଥା ନୁହେଁ। ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତର ୧ନଂ ଓ ୨ନଂ ୱାର୍ଡକୁ ନେଇ କେନ୍ଦୁଘାଟି ଗ୍ରାମ ଗଠିତ। ଭୌଗୋଳିକ ଦୃଷ୍ଟି କୋଣରୁ କେନ୍ଦୁଘାଟି ଗ୍ରାମର ୨ପାର୍ଶ୍ୱକୁ ଘେରି ରହିଛି ବୈତରଣୀ ଏବଂ ମଣନ୍ଦା ନଦୀ। ବର୍ଷା ଦିନେ ବୈତରଣୀ ଓ ମଣନ୍ଦା ନଦୀ ଦୁଇଟିର ଜଳସ୍ତର ବୃଦ୍ଧି ପାଉଥିବାରୁ କେନ୍ଦୁଘାଟି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡେ। ସେହି ସମୟରେ ସରକାରଙ୍କ ପିଡିଏସ୍‌ ସହିତ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଗାଁକୁ ପହଞ୍ଚି ପାରେ ନାହିଁ। ସେଠାରେ ଥିବା ସ୍କୁଲ ଓ ଅଙ୍ଗନୱାଡି ବାଧ୍ୟ ହୋଇ ବନ୍ଦ କରାଯାଏ। ଏଠାକାର ଲୋକଙ୍କ ନିକଟକୁ ସ୍ବାସ୍ଥ୍ୟସେବା ପହଞ୍ଚି ପାରୁନଥିବାରୁ ବହୁ ଦୂର୍ଦ୍ଦଶାର ସମ୍ମୁଖୀନ ହେବାକୁ ପଡିଥାଏ। କେନ୍ଦୁଘାଟି ଗ୍ରାମର କାଶିଆ ଗ୍ରାମ ପଟକୁ ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ବହୁ ବର୍ଷ ହେଲା ବାରମ୍ବାର ଦାବି ହୋଇ ଆସୁଥିଲେ ମଧ୍ୟ ପୋଲ ନିର୍ମାଣ ହେଉ ନ ଥିବା ଯୋଗୁଁ କେନ୍ଦୁଘାଟି ଗ୍ରାମବାସୀ ବର୍ଷ ବର୍ଷ ଧରି ଦୁଃଖ ଭୋଗୀ ଆସୁଛନ୍ତି। ତେଣୁ ଜିଲା ପ୍ରଶାସନ ତୁରନ୍ତ ପଦକ୍ଷେପ ଗ୍ରହଣ କରି ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ କରିବାକୁ ଫୁଲଝର ଗ୍ରାମ ପଞ୍ଚାୟତ କେନ୍ଦୁଘାଟିର କିନାରୀ ନାଏକ, ସୁଲୋଚନା ଦେହୁରୀ, ସୁକାନ୍ତି ସେଠୀ ଓ ସୁଜୁନି ଦେହୁରୀ ପ୍ରମୁଖ ସୋମବାର ଜିଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri