Posted inଜାତୀୟ

କଶ୍ମୀର ମଧ୍ୟସ୍ଥତା ପ୍ରସଙ୍ଗ: ଭାରତ କହିଲା, ମିଛ କହୁଛନ୍ତି ଟ୍ରମ୍ପ

ନୂଆଦିଲ୍ଲୀ,୨୩।୭: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମନ୍ତବ୍ୟକୁ ଖଣ୍ଡନ କରିଛି ଭାରତ। ଟମ୍ପ ମିଛ କହୁଛନ୍ତି ବୋଲି ଭାରତ କହିଛି। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାାଳୟର ମୁଖପାତ୍ର ରବୀଶ କୁମାର ଟୁଇଟ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ଟ୍ରମ୍ପଙ୍କୁ କିଛି କହି ନାହାନ୍ତି। କଶ୍ମୀର ପ୍ରସଙ୍ଗ ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ। ଏଥିରେ କାହାରି ମଧ୍ୟସ୍ଥତାକୁ ଭାରତ ଗ୍ରହଣ କରିବ ନାହିଁ। ପାକିସ୍ତାନ ଆତଙ୍କବାଦ କାର୍ଯ୍ୟକଳାପ ବନ୍ଦ କଲେ କଶ୍ମୀର ପ୍ରସଙ୍ଗ ଉପରେ ଆଲୋଚନା ସମ୍ଭବ ବୋଲି ରବୀଶ କୁମାର କହିଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡଙ୍କୁ ଭେଟିବା ଅବସରରେ କଶ୍ମୀର ପ୍ରସଙ୍ଗ ମଧ୍ୟସ୍ଥତା କରିବାକୁ ଇମ୍ରାନ ପ୍ରସ୍ତାବ ଦେଇଥିଲେ। ଏହି ସମୟରେ ଟ୍ରମ୍ପ କହିଥିଲେ, କଶ୍ମୀର ସମସ୍ୟାର ସମାଧାନ ପାଇଁ ମଧ୍ୟସ୍ଥତା କରିବା ଲାଗି ମୋଦି ତାଙ୍କୁ ଦୁଇ ସପ୍ତାହ ତଳେ କହିଥିଲେ। ଯଦି ଦୁଇଦେଶ ଚାହିଁବେ ତେବେ ସହାୟତା ପାଇଁ ପ୍ରସ୍ତୁତ ବୋଲି ଟମ୍ପ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri