କାହିଁକି ବିବାହ କରି ନାହାଁନ୍ତି ତବ୍ବୁ

ମୁମ୍ବାଇ: ବଲିଉଡ୍‌ ନାୟିକା ତବ୍ବୁ ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ପୁରା ନାଁ ହେଉଛି ତବ୍ବସୁମ ଫାତିମା ହାସମି। ପ୍ରଥମେ ୧୯୮୦ରେ ଫିଲ୍ମ ‘ପେହେଲା ପେହେଲା ପ୍ୟାର’ରୁ ସେ ତାଙ୍କର ବଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ। ହେଲେ ଏହା ବକ୍ସ ଅଫିସରେ ହିଟ୍‌ ହୋଇ ନ ଥିଲା। ଏହାପରେ ଅଜୟ ଦେବଗନଙ୍କ ସହ ସେ ନଜର ଆସିଲେ ‘ବିଜୟପଥ’ରେ। ଏଥିରେ ସେ ତାଙ୍କର ସ୍ବତନ୍ତ୍ର ପରିଚୟ ସୃଷ୍ଟି କଲେ। ଏହାପରେ ‘ମ୍ୟାଚିସ’, ‘ବିରାସତ’, ‘ଚାନ୍ଦନି ବାର’ ଭଳି ଫିଲ୍ମରେ ସେ ତାଙ୍କର ଦମ୍‌ଦାର୍‌ ଅଭିନୟରେ ଦର୍ଶକଙ୍କ ନିକଟତର ହୋଇ ପାରିଲେ। ଅଭିନୟ କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ସେ ଫିଲ୍ମ ଫେୟାର ଆଓ୍ବାର୍ଡ ଠାରୁ ନ୍ୟାଶନାଲ ଆଓ୍ବାର୍ଡ ଓ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ବଲିଉଡ୍‌ରେ ତାଙ୍କର ୩୯ ବର୍ଷ କ୍ୟାରିୟର ହୋଇ ସାରିଲାଣି। କେବଳ ବଲିଉଡ୍‌ ନୁହେଁ ତବ୍ବୁ ତେଲଗୁ, ତାମିଲ, ମରାଠି ଓ ବଙ୍ଗଲା ଫିଲ୍ମରେ ମଧ୍ୟ ଅଭିନୟ କରି ସାରିଛନ୍ତି। ହେଲେ ଏପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି। ଅତୀତରେ ତବ୍ବୁଙ୍କ ନାଁ ସହ ତେକେଜଣ ନାୟକଙ୍କ ନାଁକୁ ଯୋଡା ଯାଇଥିଲେ ବି ସେ ଏପର୍ଯ୍ୟନ୍ତ କାହିଁକି ବିବାହ କରି ନାହାଁନ୍ତି ତାହା ସ୍ପଷ୍ଟ ହୋଇନାହିଁ। ଥରେ ଏକ ସାକ୍ଷାତ୍‌କାରରେ ଅଜୟ ଦେବଗନ କହିଥିଲେ ତବ୍ବୁ ମୋ ଭଳି ଜଣେ ଜୀବନସାଥି ଚାହୁଁଥିଲେ। ଯାହା ତାଙ୍କୁ ଆଜି ପର୍ଯ୍ୟନ୍ତ ମିଳି ପାରିନାହିଁ। ସେଥିପାଇଁ ସେ ବିବାହ କରି ନାହାଁନ୍ତି। ଆଉ ମଧ୍ୟ ତବ୍ବୁ ନାଗାର୍ଜୁନଙ୍କ ସହ ରିଲେସନଶିପରେ ଥିଲେ ବୋଲି କୁହାଯାଏ। କିନ୍ତୁ ନାଗାର୍ଜୁନ ବିବାହିତ ହୋଇଥିବାରୁ ଆଉ ସେ ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ଛାଡିବାକୁ ଚାହୁଁ ନ ଥିବାରୁ ତବ୍ବୁ କୁଆଡେ ନାଗାର୍ଜୁନଙ୍କଠାରୁ ଦୂରେଇ ଯାଇଥିଲେ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri