କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ

ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି। ବଜାର ବ୍ୟବସ୍ଥା ସୁଗମ ହୋଇ ପାରି ନ ଥିବା ଯୋଗୁ ଚାଷୀଙ୍କ ପରିବା କିଆରୀରେ ପଡିରହି ନଷ୍ଟ ହେଉଛି। ବିକ୍ରି ବ୍ୟବସ୍ଥା ହେଉ ନ ଥିବା ଯୋଗୁ ବରଗଡ଼ ଜିଲା ଭଟଲି ବ୍ଲକ ଅଞ୍ଚଳର ଚାଷୀ ଆଶୁତୋଷ ଆଚାର୍ଯ୍ୟଙ୍କ ଲକ୍ଷାଧିକ ଟଙ୍କାର କାକୁଡି କିଆରୀରେ ସଢ଼ିଯାଉଛି। ଆଶୁତୋଷ ବ୍ୟାଙ୍କରୁ ୧୦ଲକ୍ଷ ଏବଂ ନିଜର ୫ଲକ୍ଷ ଟଙ୍କା ବିନିଯୋଗ କରି ଏକ ପଲି ହାଉସ କରିଛନ୍ତି। ସେଠାରେ ସେ କାକୁଡି ସମେତ ବିଭିନ୍ନ ପରିବା ଚାଷ କରିଛନ୍ତି। ଇତିମଧ୍ୟରେ ପ୍ରାୟ ୪୦ କୁଇଣ୍ଟାଲ କାକୁଡି ଅମଳକ୍ଷମ ଅବସ୍ଥାକୁ ଆସି ବିକ୍ରି ହୋଇ ପାରି ନ ଥିବା ଯୋଗୁ ତାହା ନଷ୍ଟ ହୋଇଥିବା ଆଶୁତୋଷ ଅଭିଯୋଗ କରିଛନ୍ତି। ତେବେ କେବଳ ଆଶୁତୋଷ ନୁହନ୍ତି, ଜିଲାର ଅନେକ ଚାଷୀ ଏଭଳି କ୍ଷୟକ୍ଷତିର ସମ୍ମୁଖୀନ ହୋଇଛନ୍ତି। ଏଭଳି ସ୍ଥିତିରେ ଚାଷୀକୁଳ ଋଣ ପରିଶୋଧ ଏବଂ ପରିବାର ପୋଷଣ ନେଇ ଚିନ୍ତିତ ହୋଇ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri