Posted inଜାତୀୟ

କିଏ ସେହି ସାଲ୍ଲୁମାରଡା ଥିମ୍ମାକ୍କା, ଯାହାଙ୍କୁ ମନେପକାଇଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ପ୍ରଥମ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୋଦି ଗତବର୍ଷ ଭାଇରାଲ ହୋଇଥିବା ଏକ ଭିଡିଓ ବିଷୟରେ ଆଲୋଚନା କରି କହିଥିଲେ, ଉକ୍ତ ଭିଡିଓରେ ସାରା ଦେଶ ଦେଖିଛି କେମିତି ୧୦୭ ବର୍ଷର ଜଣେ ବୃଦ୍ଧା ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ପ୍ରୋଟୋକଲ ଭାଙ୍ଗି ରାଷ୍ଟ୍ରପତିଙ୍କୁ ଆଶୀର୍ବାଦ ଦେଉଥିବା ଦେଖାଯାଇଥିଲା। ଏହି ବୃଦ୍ଧା ଜଣଙ୍କ ହେଉଛନ୍ତି ସାଲ୍ଲୁମାରଡା ଥିମ୍ମାକ୍କା। କର୍ନାଟକରେ ରହୁଥିବା ୧୦୭ ବର୍ଷର ଏହି ମହିଳା ଜଣଙ୍କ ‘ବୃକ୍ଷ ମାତା’ ଭାବରେ ଜଣାଶୁଣା। ସେ ହଜାର ହଜାର ଗଛ ଲଗାଇ ଲୋକପ୍ରିୟତା ଅର୍ଜନ କରିଛନ୍ତି। ଏକ ସାଧାରଣ ପରିବାରରୁ ଆସିଥିବା ଥିମ୍ମାକ୍କଙ୍କ ଏଭଳି ଯୋଗଦାନ ପାଇଁ ତାଙ୍କୁ ଗତବର୍ଷ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ପୁରସ୍କାର ଧରିବା ପରେ ସେ ରାଷ୍ଟ୍ରପତିଙ୍କ ମଥାରେ ହାତ ରଖି ଆଶୀର୍ବାଦ ଦେଇଥିଲେ। ଏହାପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କ ଟୁଇଟରେ ଥିମ୍ମାକ୍କାଙ୍କ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri