Posted inଖେଳ

କିଙ୍ଗ୍ସ ଇଲେଭେନ ଛାଡ଼ିଲେ ହେସନ: ଭାରତ କୋଚ୍‌ ହେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୮।୮ (ପି.ଟି.)- ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ମାଇକ୍‌ ହେସନ ଗୁରୁବାର ଆଇପିଏଲ୍‌ ଫ୍ରାଞ୍ଚାଇଜ କିଙ୍ଗ୍ସ ଇଲେଭେନ ପଞ୍ଜାବର ମୁଖ୍ୟ କୋଚ୍‌ ପଦରୁ ଅବ୍ୟାହତି ନେଇଛନ୍ତି। ଫଳରେ ହେସନ ଭାରତୀୟ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ନ୍ୟୁଜିଲାଣ୍ଡର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ହେସନ ଉଭୟ ଭାରତ ଓ ପାକିସ୍ତାନ ଦଳର ମୁଖ୍ୟ ପ୍ରଶିକ୍ଷକ ପଦ ପାଇଁ ଆବେଦନ କରିଛନ୍ତି। ପୂର୍ବତନ ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର ଟମ୍‌ ମୁଡି ମଧ୍ୟ ଭାରତୀୟ କ୍ରିକେଟ ଦଳର ଏହି ହାଇପ୍ରୋଫାଇଲ ପଦ ପାଇଁ ଦୃଢ଼ ଦାବିଦାର୍‌ ରହିଛନ୍ତି। ନିକଟରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କୋଚ୍‌ ସମେତ ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂ କୋଚ୍‌ ପଦ ପାଇଁ ଦରଖାସ୍ତ ଆହ୍ବାନ କରିଥିଲା।
ଇଲେଭେନ ପଞ୍ଜାବ ସହ ଅତିବାହିତ କରିଥିବା ସମୟକୁ ଉପଭୋଗ କରିଛି ଏବଂ ମୋତେ ଦାୟିତ୍ୱ ପ୍ରଦାନ କରିଥିବାରୁ ସେମାନଙ୍କୁ ଧନ୍ୟବାଦ୍‌ ଦେବି। ଚଳିତ ବର୍ଷ ଆମେ ଯେଉଁ କାର୍ଯ୍ୟ କରିଥିଲୁ ତାକୁ ରୂପାନ୍ତରିତ କରିପାରି ନ ଥିବାରୁ ଦୁଃଖିତ। ସଫଳତା ତାଙ୍କଠାରୁ ବେଶିଦୂରରେ ନାହିଁ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ରହିଛି। ଭବିଷ୍ୟତ ପାଇଁ ଦଳର ସମସ୍ତଙ୍କୁ ଅଭିନନ୍ଦନ’ ବୋଲି ହେସନ ତାଙ୍କ ଟୁଇଟର୍‌ ପୃଷ୍ଠାରେ ଉଲ୍ଲେଖ କରିଛନ୍ତି। ହେସନ କେବଳ ଗୋଟିଏ ସିଜନ ପାଇଁ ପଞ୍ଜାବ ସହ କାମ କରିଥିଲେ। ଏବେ ସେ ପଞ୍ଜାବ ଦଳ ଛାଡ଼ିବା ପରେ ତାଙ୍କ ଭବିଷ୍ୟତ କାର୍ଯ୍ୟକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ୪୪ ବର୍ଷୀୟ ହେସନ ଏଥିପୂର୍ବରୁ ୬ ବର୍ଷ ଧରି ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଦଳର ପ୍ରଶିକ୍ଷକ ଦାୟିତ୍ୱ ତୁଲାଇ ସାରିଛନ୍ତି, ଯାହାକି ବ୍ଲାକ୍‌ କ୍ୟାପ୍ସ ଦଳ ପାଇଁ ବେଶ୍‌ ସ୍ମରଣୀୟ ରହିଥିଲା। ଏହି ସମୟରେ ନ୍ୟୁଜିଲାଣ୍ଡ ୨୦୧୫ ଆଇସିସି ଦିନିକିଆ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଥିଲା। ସେହିଭଳି ୨୦୧୬ରେ ଭାରତରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ ସେମିଫାଇନାଲ ପ୍ରବେଶ ଏବଂ ଘରୋଇ ମାଟିରେ ଇଂଲଣ୍ଡ ବିପକ୍ଷରେ ଐତିହାସିକ ଟେଷ୍ଟ ସିରିଜ ଜିତିବାର ସୌଭାଗ୍ୟ ଲାଭ କରିଥିଲା।
ଦଳର ବର୍ତ୍ତମାନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ, ବୋଲିଂ କୋଚ୍‌ ଭରତ ଅରୁଣ, ବ୍ୟାଟିଂ କୋଚ୍‌ ସଞ୍ଜୟ ବାଙ୍ଗର ଓ ଫିଲ୍ଡିଂ କୋଚ ଆର୍‌. ଶ୍ରୀଧରଙ୍କ କାର୍ଯ୍ୟକାଳ ଗତ ବିଶ୍ୱକପ୍‌ ପରେ ସମାପ୍ତ ହୋଇଥିଲା। କିନ୍ତୁ ଚଳିତ ଓ୍ବେଷ୍ଟଇଣ୍ଡିଜ ଗସ୍ତକୁ ନଜରରେ ରଖାଯାଇ ଏହାକୁ ୪୫ ଦିନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। କିମ୍ବଦନ୍ତୀ ଭାରତୀୟ କ୍ରିକେଟର୍‌ କପିଳ ଦେବଙ୍କ ଅଧ୍ୟକ୍ଷତାରେ ଗଠିତ କ୍ରିକେଟ୍‌ ପରାମର୍ଶଦାତା କମିଟି (ସିଏସି)କୁ ଭାରତୀୟ ଦଳର କୋଚ୍‌ ଚୟନ ଦାୟିତ୍ୱ ପ୍ରଦାନ କରାଯାଇଛି। କପିଳଙ୍କ ବ୍ୟତୀତ ସିଏସିରେ ପୂର୍ବତନ କୋଚ୍‌ ଅଂଶୁମାନ ଗାଏକ୍ୱାଡ ଓ ମହିଳା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟିକା ଶାନ୍ତା ରଙ୍ଗାସ୍ବାମୀ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri