କିଡନୀ ରୋଗର ଅନୁଧ୍ୟାନ ପାଇଁ ମାଙ୍କଡକେନ୍ଦାରେ ଡାକ୍ତରୀ ଟିମ୍‌

କୁଆମରା,୮ା୮(ଡି.ଏନ୍‌.ଏ.): ଆଦିବାସୀ ଅଧ୍ୟୁଷିତ ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ମାଙ୍କଡକେନ୍ଦା ଗ୍ରାମର ୧୧ ନମ୍ବର ୱାର୍ଡରେ କିଡିନୀ ରୋଗ ଆତଙ୍କ ଦେଖା ଦେଇଛି। କିଛି ଦିନ ମଧ୍ୟରେ ଏହି ରୋଗରେ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଅଛନ୍ତି। ଏଥିନେଇ ଗାଁରେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ଏହି ରୋଗ ସମ୍ପର୍କରେ ଅନୁଧ୍ୟାନ ପାଇଁ ବୁଧବାର ବାରିପଦାସ୍ଥିତ ପିଆରଏମ ମେଡିକାଲ କଲେଜର ମେଡିସିନ ବିଭାଗ ମୁଖ୍ୟ ପ୍ରଫେସର ଡା. ଠାକୁରା ସେରେନଙ୍କ ନେତୃତ୍ୱରେ ପାଥଲୋଜି ବିଭାଗର ଡା.ଉପାସନା ଦାସ, ଡା.ଅମ୍ରିତା କୁମାରୀ, ଜିଲା ମୁଖ୍ୟ ଚିକିତ୍ସାଳୟର ଡା. ଅରୁପ ଅଭିଷେକ, ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ପରମଜିତ ମହାନ୍ତି, ବିପିଏମ ଅନୁଭବ ପଟ୍ଟନାୟକ, ସୁପରଭାଇଜର ମହେନ୍ଦ୍ର ନାଥ ସେଠୀଙ୍କ ସମେତ ଏକ ୧୪ ଜଣିଆ ଟିମ୍‌ ଗାଁରେ ପହଞ୍ଚି ଥିଲେ। ମୋଟ ୧୫ ଆକ୍ରାନ୍ତ ବ୍ୟକ୍ତିଙ୍କ ଠାରୁ ରକ୍ତ ନମୁନା ସଂଗ୍ରହ କରି ଏହି ଟିମ୍‌ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ସାନ ଭାଇ, ବାପାଙ୍କୁ କଟୁରିରେ ହାଣିଲେ ବଡ଼ ଭାଇ: ଜମିଜମା ବିବାଦରୁ ଘଟିଲା ରକ୍ତାକ୍ତ…

ଉଦଳା: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ ଶିରାଥଳି ଗାଁରେ ଜମିଜମା ବିବାଦକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ଜମି ବଣ୍ଟନକୁ ନେଇ ପରିବାର…

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri