ସୁସ୍ଥ କିଡନୀ ପାଇଁ ଖାଆନ୍ତୁ…

ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ପାଇଁ ସମୟ ବାହର କରିବା କଷ୍ଟକର ହୋଇପଡ଼ୁଛି। ଖାଦ୍ୟ ଖାଇବାର ଅନିୟମିତତା ଯୋଗୁ ଶରୀରରେ ବିଭିନ୍ନ ପ୍ରକାର ରୋଗ ମାଡିବସୁଛି। ସେଥିମଧ୍ୟରୁ କିଡନୀ ସମସ୍ୟା ଅନ୍ୟତମ। ଏହି ସମସ୍ୟାରୁ ମୁକ୍ତି ପାଇବାକୁ ହେଲେ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ ପଡେ। ଆମେରିକାନ ସୋସାଇଟି ଅଫ୍‌ ନେଫ୍ରୋଲୋଜୀର କ୍ଲିନିକାଲ୍‌ ଜର୍ନାଲ ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନ ଅନୁସାରେ କିଡନୀ ରୋଗୀ ଅଲିଭ୍‌ ଅଏଲ୍‌ରୁ ପ୍ରସ୍ତୁତ ଖାଦ୍ୟ, ଫଳ, ପାସ୍ତା, ଗହମ, ଅଳ୍ପ ମାଛ ଖାଇବା ଆବଶ୍ୟକ। ଏହାସହ ପ୍ରୋଟିନ ଜାତୀୟ ଖାଦ୍ୟକୁ ନିର୍ଦ୍ଦିଷ୍ଟ ପରିମାଣରେ ଖାଇଲେ  କିଡନୀ ସୁସ୍ଥ ରହିଥାଏ। କିଡନୀ ରୋଗ ସହିତ ହୃଦରୋଗର ଗଭୀର ସମ୍ବନ୍ଧ ରହିଛି। ତେଣୁ ହୃତପିଣ୍ଡକୁ ସୁସ୍ଥ ରଖିବା ଭଳି ଖାଦ୍ୟ ଯେପରିକି ସବୁଜ ପନିପରିବା ଏବଂ ଶାଗ ପ୍ରଚୁର ପରିମାଣରେ ଖାଆନ୍ତୁ। କ୍ଷୀରରୁ ସର କାଢି ପିଅନ୍ତୁ। ସେହିପରି କମ କ୍ୟାଲୋରୀଯୁକ୍ତ ଦହି, ଛେନା ଇତ୍ୟାଦି ଆପଣଙ୍କୁ ଫିଟ ରଖିବ। କିଡନୀ ସମସ୍ୟା ଥିଲେ ଉପଯୁକ୍ତ ପରିମାଣରେ ପୋଟାସିୟମ ଯୁକ୍ତ ଖାଦ୍ୟ ଖାଇବାକୁ ପ୍ରୟାସ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri