କିଡ୍‌ନୀ ଚୋରି ଅଭିଯୋଗ

ଢେଙ୍କାନାଳ ଅଫିସ, ୧୩।୩ – ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଖଙ୍କର ଗ୍ରାମର କବିତା ପାଣି (୪୩)ଙ୍କ କିଡ୍‌ନୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତା ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହେବା ସହ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅଶ୍ୱିନୀ ପାଣିଙ୍କ ସ୍ତ୍ରୀ କବିତା ନିଜ ଅଭିଯୋଗରେ ଦର୍ଶାଇଛନ୍ତି, ୨୦୧୫ ନଭେମ୍ବର ୨୨ରେ ଢେଙ୍କାନାଳର ଏକ ଘରୋଇ ଚିକିତ୍ସାଳୟରେ ତାଙ୍କର ୟୁଟ୍ରେସ୍‌ ଅପରେଶନ ହୋଇଥିଲା। ସେତେବେଳେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବାବେଳେ ତାଙ୍କର ଉଭୟ କିଡ୍‌ନୀ ଠିକ୍‌ ଥିଲା। ଏହାପରେ ବାରମ୍ବାର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସେ କଟକ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଏଥି ସହିତ ଅଲଟ୍ରାସାଉଣ୍ଡ ମଧ୍ୟ କରାଇଥିଲେ। ଏଥିରେ ତାଙ୍କର ବାପପାର୍ଶ୍ୱ କିଡ୍‌ନୀ ନ ଥିବା ରିପୋର୍ଟରେ ବାହାରିଥିଲା। ଏହି ଘଟଣା ତାଙ୍କୁ ଚକିତ କରିଥିଲା। ଚିକିତ୍ସା ସମୟରେ ତାଙ୍କର କିଡ୍‌ନୀ କୌଶଳକ୍ରମେ କାଢ଼ି ନିଆଯାଇଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏଥିସହ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ଅନ୍ୟପଟେ ଜିଲାପାଳ ଘଟଣାର ତଦନ୍ତ କରିବାକୁ ପ୍ରତିଶ୍ରୁତି ଦେଇଥିବା କବିତା କହିଛନ୍ତି।
ଏ ନେଇ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ କୁହନ୍ତି, ମହିଳା ଜଣକ ଅଭିଯୋଗ କରିଛନ୍ତି। ଏହା ହେଉଛି ସ୍ବାସ୍ଥ୍ୟଗତ ପରୀକ୍ଷା ବିଷୟ। ଶୁକ୍ରବାର ଘଟଣାର ଠିକ୍‌ ଭାବେ ଯାଞ୍ଚ କରାଯିବ। ତଦନ୍ତ ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri