କିମିଆ କଲା ମୟୂର

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଏବେ ପ୍ରକୃତିର ବିଭିନ୍ନ ରୂପକୁ ଦେଖିବାକୁ ପାଉଛନ୍ତି ଲୋକେ। ରାସ୍ତାଘାଟରେ ଲୋକମାନଙ୍କ କୋଳାହଳ କମ୍‌ଥିବାରୁ ଜୀବଜନ୍ତୁମାନେ ବେଶ୍‌ ସ୍ବଚ୍ଛନ୍ଦରେ ବୁଲାବୁଲି କରିପାରୁଛନ୍ତି। ଏମିତି ଏକ ଦୃଶ୍ୟ ଏବେ ଲୋକଙ୍କୁ ଆଚମ୍ବିତ କରିଛି। ଦିଲ୍ଲୀର ଜଣେ ବ୍ୟକ୍ତିଙ୍କ ଘରକୁ ହଠାତ୍‌ ଏକ ମୟୂର ଆସି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏଇ ବ୍ୟକ୍ତିଜଣକ ହେଲେ ଗୁଞ୍ଜନ ମେହେଟ୍ଟା। ସେ ତାଙ୍କ ଟୁଇଟରରେ ତାଙ୍କ ଘର ବାଲକୋନିର ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଠାରେ ମୟୂରଟି ବେଶ୍‌କିଛି ମୁହୂର୍ତ୍ତ କଟାଇଛି। ମୟୂରଟିର ଆକର୍ଷଣୀୟ ପୁଚ୍ଛ ଓ ଆନନ୍ଦରେ ଖେଳୁଥିବାର ଦୃଶ୍ୟ ସମସ୍ତଙ୍କୁ ଆନନ୍ଦିତ କରିପାରିଛି। ମୟୂରଟି ଘରର ବାଲକୋନି ପର୍ଯ୍ୟନ୍ତ କିପରି ଆସିଲା ସେ ସମ୍ପର୍କରେ କାହାକୁ ଜଣା ନ ଥିଲେ ବି ଏହାକୁ ଦେଖିବା ମାତ୍ରେ ସମସ୍ତେ ପ୍ରଭାବିତ ହୋଇଛନ୍ତି। ସେଥିପାଇଁ ସୋସିଆଲ୍‌ ମିଡିଆରେ ଏହାକୁ ବହୁସଂଖ୍ୟାରେ ଲୋକେ ପସନ୍ଦ କରିଛନ୍ତି। ଭିଡିଓଟିକୁ ଶେୟାର କରିବାର ମାତ୍ର ଗୋଟିଏ ଦିନ ପରେ ଏହାକୁ ୨ ହଜାରରୁ ଅଧିକ ଲୋକ ଲାଇକ୍‌ କରିବା ସହିତ ୩୦୦ରୁ ଅଧିକ ରିଟୁଇଟ୍‌ କରିଛନ୍ତି। ଏହାକୁ ନେଇ ଲୋକେ ସୁନ୍ଦର ସୁନ୍ଦର କମେଣ୍ଟ ବି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri